ଘରୁ ବାହାରିଲେ ପାଦେପାଦେ ବିପଦ: ଏଣିକି  ନିଜ ଲଢ଼େଇ ନିଜର, ତାଲିମ ନେବାକୁ ଅଧ୍ୟକ୍ଷ ଦେଲେ ଆହ୍ବାନ 

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ରଭଞ୍ଜ ମହାବିଦ୍ୟାଳୟରେ ବୁଧବାର ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଛି। ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଉକ୍ତ ଶିବିରକୁ ପ୍ରଦୀପ ପ୍ରଜ୍ବଳନ କରି ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ କହଛନ୍ତି, ଚଳିତ ବର୍ଷ ରାଜ୍ୟ ସରକାର ଯୁକ୍ତ ୩ ପ୍ରଥମ ବର୍ଷ ଛାତ୍ରୀମାନଙ୍କୁ ଏହି ତାଲିମ ଦେବା ବ୍ୟବସ୍ଥା କରିଛନ୍ତି। ଛାତ୍ରୀମାନେ ଯଦି ହଠାତ୍‌ କିଛି ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହୁଅନ୍ତି ତେବେ ଏହି ତାଲିମ୍‌ ନେଇଥିଲେ ନିଜ ଲଢ଼େଇ ନିଜେ ଲଢ଼ିପାରିବେ।  ଏହାକୁ  ଅତି ସହଜରେ ମୁକାବିଲା କରିପାରିବେ।
ତେଣୁ ସମସ୍ତ ଛାତ୍ରୀ ତାଲିମ ନେବାକୁ ଅଧ୍ୟକ୍ଷ ଆହ୍ବାନ ଦେଇଥିଲେ। ଓଡ଼ିଆ ଭାଷା ସାହିତ୍ୟ ବିଭାଗର ମୁଖ୍ୟ ଅଧ୍ୟାପିକା ରାଜଲକ୍ଷ୍ମୀ ରଥ କହିଥିଲେ ଛାତ୍ରୀମାନେ ଏହି ତାଲିମ ନେଇ ନିଜେ ସୁରକ୍ଷିତ ରହିବା ସହ ଅନ୍ୟ ମାନଙ୍କୁ ସୁରକ୍ଷିତ ରଖିପାରିବେ । ପ୍ରଶାସନିକ ଅଧିକାରୀ ବିଭାସ ଦାସ, ଜାତୀୟ ସେବା ଯୋଜନା ଅଧିକାରୀ ସନାତନ ବେହେରା, ଶୈଖିକ ପରିଷଦ ସମ୍ପାଦକ ହର ପ୍ରସାଦ ଶତପଥୀ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ। ଯୋଜନା ଅଧିକାରିଣୀ ଅଧ୍ୟାପିକା ବିସ୍ମିତା ଛତର ସଭାକୁ ସଂଯୋଜନା କରିଥିଲେ। ସହ ଯୋଜନା ଅଧିକାରିଣୀ କଳ୍ପନା ଷଣ୍ଢ ଧନ୍ୟବାଦ ପ୍ରଦାନ କରିଥିଲେ।
ଏହି ଅବସରରେ ଅଧ୍ୟାପକ ବିଦେଶୀ ରାଉତ, ଦୁର୍ଗା ମାଧବ ସାହୁ, ଡ. ସିମାଞ୍ଚଳ ବେହେରା, ବିଭୂତି ଗୌଡ, ଅଧ୍ୟାପିକା ଜୋତ୍ସ୍ନା ରାଣୀ ଦାସ, ଶେଫାଳି ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ତାଲିମଦାତ୍ରୀ ଇତିଶ୍ରୀ ସ୍ବାଇଁ ଛାତ୍ରୀ ମାନଙ୍କୁ ତାଲିମ ଦେଇଥିଲେ । ୮ ଦିନ ବ୍ୟାପୀ ଏହି ତାଲିମ ଶିବିର ଚାଲିବ। ନାରୀମାନେ ଘରୁ ବାହାରିବା ମାତ୍ରେ ବିପଦ ଅଛି। ତାହାକୁ କିଭଳି ମୁକାବିଲା କରିପାରିବା ସେଥିପାଇଁ ସରକାର ଆମ ମାନଙ୍କ କଥା ଚିନ୍ତା କରୁଛନ୍ତି। ତେଣୁ ଏନେଇ ତାଲିମ ଶିବିର ଆୟୋଜନ ହୋଇଛି ବୋଲି ତାଲିମଦାତ୍ରୀ ସ୍ବାଇଁ କହିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri