ସେବାଶ୍ରମରେ ଏବେ ବି ଘୁରିବୁଲୁଛି ମହୁମାଛି: ଆତଙ୍କିତ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ମଙ୍ଗଳବାର ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ କରିଥିଲେ। ବୁଧବାର ମଧ୍ୟ ସେଠାରେ ପ୍ରାୟ ପଚାଶରୁ ଷାଠିଏ ମହୁମାଛି ଘୁରି ବୁଲୁଛନ୍ତି। ଫଳରେ ଭୟ ଓ ଆତଙ୍କିତ ଅବସ୍ଥାରେ ଛାତ୍ରୀଛାତ୍ର, ଶିକ୍ଷକ ରହିଛନ୍ତି। ସେବାଶ୍ରମରେ ପିଲାଙ୍କୁ ଛାଡ଼ିଥିବା ଅଭିଭାବକ ମାନେ ମଧ୍ୟ ଭୟ କରୁଛନ୍ତି। ବୁଧବାର ସକାଳୁଆ ବିଦ୍ୟାଳୟ ସ୍ବାଭାବିକ ଭାବେ ହୋଇଛି।

ମଙ୍ଗଳବାର ବିଳମ୍ବିତ ରାତିରେ ଗ୍ରାମବାସୀ, ପରିଚାଳନା କମିଟିର ସହାୟତାରେ ମହୁମାଛି ବସା ବାନ୍ଧିଥିବା ବସାକୁ ପୋଡି ଦିଆଯାଇଥିଲା। କିନ୍ତୁ ବୁଧବାର ପୁଣି ନିକଟସ୍ଥ ଜଙ୍ଗଲରୁ ମହୁମାଛି ସେହି ସ୍ଥାନରେ ଆସି ନୂଆ ବସା ତିଆରି କରୁଛନ୍ତି। ସକାଳୁ ମଧ୍ୟ ଜଣେ ବିଦ୍ୟାର୍ଥୀଙ୍କୁ ମହୁମାଛି ଆକ୍ରମଣ କରିଛି। ତାକୁ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ପ୍ରଧାନ ଶିକ୍ଷକ ନେଇଥିବା ପ୍ରଧାନଶିକ୍ଷକ ପ୍ରାଣବନ୍ଧୁ ମହାନାୟକ କହିଛନ୍ତି। କାଲି ଯେଉଁ ପିଲାଙ୍କୁ ମହୁମାଛି ଆକ୍ରମଣ କରିଥିଲା ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଥିବା ବିଦ୍ୟାଳୟ କର୍ତ୍ତୃପକ୍ଷ କହିଛନ୍ତି। ଆଜି ସକାଳୁଆ ବିଦ୍ୟାଳୟରେ ପାଠପଢା ସ୍ବାଭାବିକ ଥିଲା ଓ ଆହତ, ଗୁରୁତର ଛାତ୍ରୀଛାତ୍ରମାନେ ପାଠ ପଢିଥିଲେ।

ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ନିର୍ଦ୍ଦେଶକ୍ରମେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି ସେବାଶ୍ରାମ ପରିଦର୍ଶନରେ ଯାଇଥିଲେ। ସେଠାରେ ପୁଣି ମହୁମାଛି ବୁଲୁଥିବା ଦେଖି ବିଡ଼ିଓଙ୍କୁ ଜଣାଇଥିଲେ। ବିଡ଼ିଓ ବନ ବିଭାଗକୁ ଏହାର ସ୍ଥାୟୀ ସମାଧାନ ପାଇଁ ଚିଠି ଲେଖୁଥିବା କହିଛନ୍ତି। ସେବାଶ୍ରାମରେ ପାଠ ପଢିବାକୁ ଛାଡ଼ିଥିବା ଅଭିଭାବକମାନେ ତାଙ୍କ ପିଲାମାନେ କିଭଳି ପରିସ୍ଥିତିରେ ଅଛନ୍ତି, ସେମାନେ ଜାଣିବା ପାଇଁ ସେବାଶ୍ରାମକୁ ବୁଲି ଆସି ନିଜ ପିଲାଙ୍କ ସ୍ବାସ୍ଥ୍ୟବସ୍ଥା ବୁଝୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri