Posted inରାଜ୍ୟ

IAS ଅଫିସର ନେବେ AI ତାଲିମ

ଭୁବନେଶ୍ୱର,୧୭ା୪(ସୁନିତ୍‌ ମିଶ୍ର): ରାଜ୍ୟର ସରକାରୀ ଅଫିସରମାନଙ୍କୁ ‘କୃତ୍ରିମ ବୁଦ୍ଧିମତ୍ତା(ଏଆଇ)ର ପ୍ରୟୋଗ ଉପରେ ବ୍ୟାବହାରିକ ତାଲିମ ନିମନ୍ତେ ବୁଧବାର ଲୋକସେବା ଭବନ ସ୍ଥିତ ରାଜ୍ୟ କନ୍‌ଭେନସନ୍‌ ସେଣ୍ଟରରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ୱାଧ୍‌ୱାନି ଫାଉଣ୍ଡେଶନର ମିଳିତ ଆନୁକୂଲ୍ୟରେ ଏକ କର୍ମଶାଳାର ଆୟୋଜନ କରାଯାଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ରାଜ୍ୟର ସରକାରୀ ଅଫିସରମାନଙ୍କୁ ଏଆଇର ପ୍ରୟୋଗ ଉପରେ ତାଲିମ ସମ୍ବନ୍ଧିତ ଏହା ଥିଲା ପ୍ରଥମ କର୍ମଶାଳା। ପର୍ଯ୍ୟାୟକ୍ରମେ ରାଜ୍ୟର ସମସ୍ତ ଅଫିସରଙ୍କୁ ଏଆଇରେ ତାଲିମ ପ୍ରଦାନ ପାଇଁ ଲକ୍ଷ୍ୟ ରଖାଯାଇଛି। ଏଆଇକୁ ଡାଟା ସମର୍ଥିତ ଦୃଷ୍ଟିଭଙ୍ଗୀ ଆପଣାଇ ବିଭିନ୍ନ ସରକାରୀ ବିଭାଗ ଜନସେବା ବିତରଣ ବ୍ୟବସ୍ଥାକୁ କିଭଳି ପ୍ରଭାବୀ ଢଙ୍ଗରେ ପରିଚାଳିତ କରିବା ଏହି କର୍ମଶାଳାର ମୌଳିକ ଲକ୍ଷ୍ୟ। ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ ଦେବ, ବିଭାଗୀୟ ସ୍ବତନ୍ତ୍ର ଶାସନ ସଚିବ ମାନସ ପଣ୍ଡା, ୱାଧ୍‌ୱାନି ଫାଉଣ୍ଡେଶନର କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରକାଶ କୁମାର ଏବଂ ଓଡ଼ିଶା ଡିଜିଟାଲ ଗଭର୍ନାନ୍ସ ଇକୋସିଷ୍ଟମ୍‌ର ପ୍ରମୁଖ ହିତାଧିକାରୀଗଣ ଉକ୍ତ କର୍ମଶାଳାରେ ଅଂଶଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଆସନ୍ତା ୩ ମାସ ମଧ୍ୟରେ ଏଆଇର ବ୍ୟବହାର ଶିଖିବାକୁ ଅଫିସରମାନଙ୍କୁ ମଙ୍ଗଳବାର ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri