୪ ହଜାର କୋଟିର ପ୍ରକଳ୍ପ ଶିଳାନ୍ୟାସ-ଲୋକାର୍ପଣ କଲେ ଗଡକରୀ

ଭୁବନେଶ୍ୱର,୧୭।୪: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଏହି ଅବସରରେ ଗଡ଼କରୀ ୪ ହଜାର କୋଟିରୁ ଅଧିକ ଟଙ୍କା ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି। ଏଥିରେ ୧୯ଟି ପ୍ରକଳ୍ପ ସାମିଲ ରହିଛି। ପୁରୀ-ଭୁବନେଶ୍ୱର ରାସ୍ତା ୬ ଲେନ୍‌ ହେବ ବୋଲି ସେ ସୂଚନା ଦେଇଛନ୍ତି।

ଭୁବନେଶ୍ବର ବରମୁଣ୍ଡା ପଡ଼ିଆରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଗଡକରୀ ୧୩ଟି ଜାତୀୟ ରାଜପଥ ପାଇଁ ୨୯୦୫ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ୪୨୭ କୋଟି ଟଙ୍କାର ୪ଟି ସିଆରଆଇଏଫ ବ୍ରିଜ ଶିଳାନ୍ୟାସ କରିବା ସହ ୮୪୧ କୋଟି ଟଙ୍କା ବ୍ୟୟରେ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ଲୋକାର୍ପଣ କରିଛନ୍ତି।

ଅନ୍ୟପଟେ ସମ୍ପର୍କ ସେତୁର ମଧ୍ୟ ଶିଳାନ୍ୟାସ କରିଛନ୍ତି କେନ୍ଦ୍ରମନ୍ତ୍ରୀ। ଝାରସୁଗୁଡ଼ା ଓ ବରଗଡ଼ ଜିଲାକୁ ଯୋଡିବ ଏହି ସେତୁ । ମହାନଦୀରେ ଏହି ସେତୁ ନିର୍ମାଣ ହେଲେ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇପାରିବ । ଗୁରୁବାର ଭୁବନେଶ୍ବରରୁ ଭିସି ଯୋଗେ ସମ୍ପର୍କ ସେତୁର ଶିଳାନ୍ୟାସ କରିଛନ୍ତି ଗଡକରୀ। ଏନେଇ ଝାରସୁଗୁଡ଼ା ଜିଲା ଲଖନପୁର ବ୍ଳକ ଭିଖମପାଲି ହାଇସ୍କୁଲ ପଡ଼ିଆରେ ଏକ ସଭାର ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri