ବର୍ଷେ ବିତିଲା, ଅଧପନ୍ତରିଆ ଅବସ୍ଥାରେ ଅଙ୍ଗନୱାଡ଼ି କେନ୍ଦ୍ର

ଖଣ୍ଡପଡ଼ା,୨୯ା୮(ସ୍ବ.ପ୍ର.): କଣ୍ଟିଲୋ ଅଞ୍ଚଳରେ ନିର୍ମାଣାଧୀନ ଏକ ଅଙ୍ଗନୱାଡି କେନ୍ଦ୍ରର କାର୍ଯ୍ୟ ଦୀର୍ଘ ବର୍ଷପରେ ମଧ୍ୟ ଅଧପନ୍ତରିଆ ଅବସ୍ଥାରେ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ସ୍ଥାନୀୟ ଅଞ୍ଚଳର ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନର ସଦସ୍ୟମାନେ ଏଦିଗରେ ତ୍ୱରିତ ପଦକ୍ଷେପ ଗ୍ରହଣ ନିମନ୍ତେ ରାଜ୍ୟ ସରକାର ତଥା ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି ା ପ୍ରକାଶ ଯେ, ଖଣ୍ଡପଡା ବ୍ଳକ ଅନ୍ତର୍ଗତ କଣ୍ଟିଲୋ ପଞ୍ଚାୟତ ହାଟମୁଣ୍ଡପାଟଣା ମଧ୍ୟରେ ନିର୍ମାଣ ହେବାକୁ ଥିବା ୨/୩ ନଂ ଅଙ୍ଗନୱାଡି କେନ୍ଦ୍ର ପାଇଁ ଅର୍ଥ ମଞ୍ଜୁର ହୋଇଥିଲେ ମଧ୍ୟ ଏହି ଜାଗା ଜଣେ ବ୍ୟକ୍ତିଙ୍କ ଜବରଦଖଲରେ ଥିବାରୁ ନିର୍ମାଣ କାର୍ଯ୍ୟ ବିଳମ୍ବ ଘଟୁଥିଲା ା ଏ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ସ୍ଥାନୀୟ ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ (ଜନ କଲ୍ୟାଣ କ୍ଲବ)ର ସଦସ୍ୟମାନେ ୨୦୧୮ ଅଗଷ୍ଟ ୨୭ରେ ଖଣ୍ଡପଡା ବ୍ଲକରେ ଅନୁଷ୍ଠିତ ନୟାଗଡ ଜିଲାପାଳଙ୍କ ଅଭିଯୋଗ ଶୁଣାଣି କେନ୍ଦ୍ରରେ ଲିଖିତ ଅଭିଯେଗ କରିଥିଲେ ା ଏହାପରେ ଜବରଦଖଲକାରୀଙ୍କୁ ହଟାଇ ଅଙ୍ଗନୱାଡି ଗୃହ ନିର୍ମାଣ ପାଇଁ ତତ୍କାଳୀନ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ ା ୨୦୧୮ ଅଗଷ୍ଟ ୨୯ରେ ଜବରଦଖଲ ଉଚ୍ଛେଦ କରାଯାଇ ପୋଲିସ, ପ୍ରଶାସନର ଉପସ୍ଥିତିରେ କାର୍ଯ୍ୟ ଆରମ୍ଭ ହୋଇଥିଲା ା ନିର୍ମାଣ ସମ୍ପୂର୍ଣ୍ଣ କରିବାରେ ବିଳମ୍ବ ହେଉଥିବାରୁ ତୁରନ୍ତ କାମ ଶେଷ କରିବାକୁ ଖଣ୍ଡପଡା ବ୍ଲକ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅବଗତ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରୁ ନ ଥିବା ଅଭିଯୋଗ ହୋଇଛି। ଗ୍ରାମର ପିଲାମାନେ ଅନ୍ୟସ୍ଥାନକୁ ଯାଇ ପାଠ ପଢ଼ୁଛନ୍ତି। ଦାୟିତ୍ୱରେ ଥିବା ଠିକାଦାର କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରୁଥିବାରୁ ତୁରନ୍ତ ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ କ୍ଲବ୍‌ ସଭାପତି ଶରତ ଚନ୍ଦ୍ର ମହାରଣା, ଗୋଲାପମଣି ମହାରଣା, ସଚ୍ଚିଦାନନ୍ଦ ମହାରଣା, ସୁରେସ ମହାରଣା. ପ୍ରଭାକର ଶିରୋମଣି, ଅଖିଳ କୁମାର ମହାପାତ୍ର ପ୍ରମୁଖ ଲିଖିତ ଭାବେ ନୟାଗଡ଼ ଜିଲାପାଳ ଓ ଅନ୍ୟ ପ୍ରଶାସନିକ ଅଧିକାରୀଙ୍କୁ ଜଣାଇଛନ୍ତି। ତେବେ ଠିକାଦାର ଏ ନେଇ କହିଛନ୍ତି ଯେ, ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ବର୍ତ୍ତମାନ ସ୍ବଚ୍ଛ ଭାରତ ଅଭିଯାନରେ ଶୌଚାଳୟଗୁଡିକୁ ଯୁଦ୍ଧକାଳୀନ ଭିତ୍ତିିରେ ନିର୍ମାଣ କରାଯାଉଛି। ଏଥିଯୋଗୁ ବ୍ଲକର ସମସ୍ତ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାଘାତ ସୃଷ୍ଟି ହେଉଛି ା ତୁରନ୍ତ ବନ୍ଦ ରହିଥିବା କାର୍ଯ୍ୟ ଆରମ୍ଭ କରାଯିବ ବୋଲି କାର୍ଯ୍ୟ ନିର୍ବାହୀ ମାଧବ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ଅଭିନବ ଉପାୟରେ ହୋମ ଯଜ୍ଞ କରି ଦାବି ଜଣାଇଲେ ଛାତ୍ରୀଛାତ୍ର, କହିଲେ ସରକାରଙ୍କୁ ଭଗବାନ ସଦବୁଦ୍ଧି ଦିଅନ୍ତୁ…

ବଲାଙ୍ଗୀର, ୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରୁ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଦାବି...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ସବୁଜ ଆମୋନିଆ ପ୍ଲାଣ୍ଟ ନିର୍ମାଣ ସ୍ଥାନ ଦେଖିଲା ଜିଲା ପ୍ରଶାସନ

ମହାକାଳପଡ଼ା, ୯ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ସ୍ବାଧୀନତା ପରେ ଛୁଞ୍ଚତ୍ କାରଖାନାଟିଏ ନାହିଁ। ୨୪ବର୍ଷ ଶାସନ ବିଜେଡି ଅମଳରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ହେବା ପୂର୍ବରୁ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କଲେ ଶାହିଦ ଆଫ୍ରିଦି, ରୋହିତ ଏବଂ ବିରାଟଙ୍କ ବିଷୟରେ କହିଲେ ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ନୂଆଦିଲ୍ଲୀ,୯।୧୨: ପୂର୍ବତନ ପାକିସ୍ତାନୀ ଅଧିନାୟକ ଶାହିଦ ଆଫ୍ରିଦି ପୁଣି ଥରେ ଭାରତୀୟ କ୍ରିକେଟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଏଥର ସେ ଟିମ ଇଣ୍ଡିଆର...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri