ଆନ୍ଦୋଳନକୁ ଓହ୍ଲାଇବ ଆଦିବାସୀ ମହାସଂଘ

ପାରଳାଖେମୁଣ୍ଡି,୧୭ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଅନୁକୁମ୍ବା ଆବାସିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ ଛାତ୍ର ଋତୁରାଜ ଗମାଙ୍ଗଙ୍କ ଗତ ୧୪ ତାରିଖରେ ମୃତ୍ୟୁ ଘଟଣାକୁ ନେଇ ଜିଲା ଆଦିବାସୀ ମହାସଂଘ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି। ଋତୁରାଜଙ୍କ ମୃତ୍ୟୁ ପ୍ରଶାସନିକ ଅବ୍ୟବସ୍ଥା ଏବଂ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ହେଲା ବୋଲି ଅଭିଯୋଗ କରିଛି। ବୁଧବାର ଜିଲା ଆଦିବାସୀ ମହାସଂଘ ଗୁମ୍ମା ବ୍ଲକ ଶାଖା ସଭାପତି ଅଶ୍ୱିନ ଗମାଙ୍ଗଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଆସି ଜିଲା ମଙ୍ଗଳ ଅଧିକାରୀ ସଲମାନ ରାଇକାଙ୍କୁ ଭେଟି ୫ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଛନ୍ତି । ୭ ଦିନ ମଧ୍ୟରେ ଦାବିଗୁଡିକ ପୂରଣ ନ ହେଲେ ଆଦିବାସୀ ମହାସଂଘ ଗଣତାନ୍ତ୍ରିକ ପଦ୍ଧତିରେ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛନ୍ତି।

ଦାବି ମଧ୍ୟରେ ଋତୁରାଜଙ୍କ ମୃତ୍ୟୁ ଘଟଣାର ତଦନ୍ତ କରି ସେଠାକାର ପ୍ରଧାନ ଶିକ୍ଷୟିତ୍ରୀଙ୍କ ସହ ହଷ୍ଟେଲ ୱାର୍ଡନ ଓ ପିଆନଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିବା, ମୃତ ଛାତ୍ରଙ୍କ ପରିବାରକୁ କ୍ଷତି ପୂରଣ ବାବଦରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫ଲକ୍ଷ ଟଙ୍କା ଭରଣ ପୋଷଣ ପାଇଁ ପ୍ରଦାନ କରିବା, ଯୁଦ୍ଧ କାଳୀନ ଭିତ୍ତିରେ ଅନୁକୁମ୍ବା ଆବାସିକ ବିଦ୍ୟାଳୟର ନୂତନ ପାଚେରୀ ନିର୍ମାଣ ଏବଂ ଆନୁଷଙ୍ଗିକ ବ୍ୟବସ୍ଥା କରିବା ଓ ଜିଲାପାଳ ନିଜେ ଘଟଣାର ତଦନ୍ତ କରିବା ଆଦି ରହିଛି। ଦାବିପତ୍ର ପ୍ରଦାନ ବେଳେ ଆଦିବାସୀ ମହାସଂଘ ସମ୍ପାଦକ ମସୁଲନ ରଇତ, ଫିଓଫିଲ ଗମାଙ୍ଗ ଓ ମହାସଂଘର ଅନେକ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri