Posted inଖେଳ

ହାଇଦ୍ରାବାଦ୍‌କୁ ହରାଇ ମୁମ୍ବାଇର କ୍ରମାଗତ ଦ୍ୱିତୀୟ ବିଜୟ

ମୁମ୍ବାଇ,୧୭ା୪:  ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ୪ ଉଇକେଟରେ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌)କୁ ପରାସ୍ତ କରିଛି। ହାଇଦ୍ରାବାଦ୍‌ ପକ୍ଷରୁ ଧାର୍ଯ୍ୟ ୧୬୩ ରନର ଟାର୍ଗେଟକୁ ମୁମ୍ବାଇ ୧୮.୧ ଓଭରରେ ୬ ଉଇକେଟ ହରାଇ ହାସଲ କରି ନେଇଥିଲା। ଏହା ମୁମ୍ବାଇର କ୍ରମାଗତ ଦ୍ୱିତୀୟ ଓ ମୋଟ ଉପରେ ତୃତୀୟ ବିଜୟ ହୋଇଥିବା ବେଳେ ହାଇଦ୍ରାବାଦ ଲାଗି ଏହା ପଞ୍ଚମ ପରାଜୟ। ମ୍ୟାଚ୍‌ ପୂର୍ବରୁ ମୁମ୍ବାଇ ବ୍ୟାଟର ରୋହିତ ଶର୍ମାଙ୍କୁ ବିସିସିଆଇ ସଭାପତି ରୋଜର ବିନି ସମ୍ବର୍ଦ୍ଧିତ କରିଥିଲେ।

ପ୍ରଥମେ ବ୍ୟାଟିଂ କରିଥିବା ହାଇଦ୍ରାବାଦ ୨୦ ଓଭରରେ ୫ ଉଇକେଟ ହରାଇ ୧୬୨ ରନ କରିଥିଲା। ଦଳ ପକ୍ଷରୁ ଅଭିଷେକ ଶର୍ମା ୨୮ ବଲରେ ସର୍ବାଧିକ ୪୦ (୭ ଚୌକା) ରନ କରିଥିବା ବେଳେ ହନରିଚ କ୍ଲାସେନ ୨୮ ବଲରେ ୩୭ (୩ ଚୌକା ଓ ୨ ଛକା), ଟ୍ରାଭିସ ହେଡ୍‌ ୨୮ (୩ ଚୌକା), ଅନିକେତ ବର୍ମା ୮ ବଲରେ ୧୮ (୨ ଛକା) ରନ କରିଥିଲେ। ଏହି ମ୍ୟାଚ୍‌ ଜରିଆରେ ହେଡ୍‌ ଦ୍ୱିତୀୟ ଦ୍ରୁତତମ ବ୍ୟାଟର ଭାବେ ଆଇପିଏଲ୍‌ କ୍ୟାରିୟରରେ ଏକ ହଜାର ରନ ପୂରଣ କରିଛନ୍ତି।

ମୁମ୍ବାଇ ପକ୍ଷରୁ ଓ୍ବିଲ ଜ୍ୟାକ୍ସ ୨ ଉଇକେଟ ନେଇଥିବା ବେଳେ ଟ୍ରେଣ୍ଟ ବୋଲ୍ଟ, ଯଶପ୍ରୀତ ବୁମରା ଓ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ଲେଖାଏ ଉଇକେଟ ହାତେଇଥିଲେ। ଜବାବରେ ମୁମ୍ବାଇକୁ ରିଆନ ରିକଲଟନ ଓ ରୋହିତ ଶର୍ମାଙ୍କ ଓପନିଂ ଯୋଡ଼ି ଭଲ ଆରମ୍ଭ କରିଥିଲେ। ରୋହିତ ୧୬ ବଲରେ ୩ ଛକା ବଳରେ ୨୬ ଓ ରିକଲଟନ ୫ ଚୌକା ସହିତ ୩୧ ରନ ପାଭିଲିଅନ ଫେରିଥିଲେ। ଏହାପରେ ଓ୍ବିଲ ଓ ସୂର୍ଯ୍ୟକୁମାର ଯାଦବ ତୃତୀୟ ଉଇକେଟରେ ୫୨ ରନ ଯୋଡ଼ିଥିଲେ। ଦୁହେଁ ପ୍ରତିପକ୍ଷ ଦଳର ଅଧିନାୟକ ପ୍ୟାଟ କୁମିନ୍ସଙ୍କ ବଲରେ ଆଉଟ ହୋଇଥିଲେ। ଜ୍ୟାକ୍ସ ୨୬ ବଲରେ ୩ ଚୌକା ଓ ୨ ଛକା ସହିତ ୩୬ ଏବଂ ସୂର୍ଯ୍ୟକୁମାର ୧୫ ବଲରେ ୨ ଲେଖାଏ ଚୌକା ଓ ଛକା ବଳରେ ୨୬ ରନ କରି ପାଭଲିଅନ ଫେରିଥିଲେ। ଶେଷ ଆଡ଼କୁ ତିଲକ ବର୍ମା ୧୭ ଓ ହାର୍ଦ୍ଦିକ ୨୧ (୩ ଚୌକା ଓ ୧ ଛକା) ରନ କରି ଦଳକୁ ଜିତାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri