Posted inରାଜ୍ୟ

ପ୍ରଧାନମନ୍ତ୍ରୀଙ୍କ ୨ ପ୍ରମୁଖ ସଚିବଙ୍କ ଗସ୍ତକୁ ନେଇ ଚର୍ଚ୍ଚା, ଆସିଛନ୍ତି ଶକ୍ତିକାନ୍ତ, ଆଜି ଆସିବେ ପି.କେ. ମିଶ୍ର

ଭୁବନେଶ୍ୱର,୧୮ା୪(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ ଗୁରୁବାର ୪ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସିଥିବା ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ ସେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ରହିବେ। ହେଲେ ସରକାରୀଭାବେ ଏହି ସମୟ ଭିତରେ ତାଙ୍କର କେଉଁ ସବୁ କାର୍ଯ୍ୟକ୍ରମ ରହିଛି ସେ ନେଇ ବିଧିବଦ୍ଧ ଭାବେ କୌଣସି ସୂଚନା ଦିଆଯାଇ ନାହିଁ। ତାଙ୍କ କାର୍ଯ୍ୟକ୍ରମର ମୁଖ୍ୟାଂଶ ପ୍ରାୟତଃ ଗୋପନୀୟ ରଖାଯାଇଛି। ତେବେ ସେ ଶୁକ୍ରବାର ସକାଳୁ ଘଟଗଁା ତାରିଣୀ ପୀଠକୁ ଯିବେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।

ଏହାପରେ ରାଜ୍ୟ ସରକାରଙ୍କର ବିଭିନ୍ନ ଅଧିକାରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବା କାର୍ଯ୍ୟକ୍ରମ ଥିବା ଜଣେ ଅଧିକାରୀଙ୍କ ସୂତ୍ରରୁ ଜଣାପଡ଼ିଛି। ଅନ୍ୟପଟେ ପ୍ରଧାନମନ୍ତ୍ରୀଙ୍କ ଅନ୍ୟତମ ପ୍ରମୁଖ ସଚିବ ପି.କେ. ମିଶ୍ର ଶୁକ୍ରବାର ଓଡ଼ିଶା ଆସି ଝାରସୁଗୁଡ଼ା ବିମାନବନ୍ଦରରେ ଓହ୍ଲାଇବେ ବୋଲି ଜଣାପଡ଼ିଛି। ହେଲେ ତାଙ୍କ ଓଡ଼ିଶା ଗସ୍ତ ସମ୍ପର୍କିତ କୌଣସି ଖବର ମଧ୍ୟ ସାର୍ବଜନୀନ କରାଯାଇନାହିଁ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ ଅଧିକାରୀ ନିଜ ନାମ ଗୋପନ ରଖିବା ସର୍ତ୍ତରେ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଦୁଇ ପ୍ରମୁଖ ସଚିବ ଓଡ଼ିଶା ଆସି ରାଜ୍ୟର ଶାସନ ବ୍ୟବସ୍ଥା ସମ୍ପର୍କରେ ରିପୋର୍ଟ ସଂଗ୍ରହ କରିବେ।

ଏହା ସହ ସରକାରୀ ଅଧିକାରୀମାନେ କିପରି ରାଜ୍ୟ ସରକାର ଆଣିଥିବା ଯୋଜନାଗୁଡ଼ିକୁ ଠିକ୍‌ ଭାବେ କାର୍ଯ୍ୟାନ୍ବୟନ କରିବେ ତା’ର ଏକ ସମୀକ୍ଷା କରିବେ। ଏହି ୨ ବରିଷ୍ଠ ଅଧିକାରୀଙ୍କ ଓଡ଼ିଶା ଗସ୍ତ ଖବର ସରକାରୀ ମହଲରେ ବିଶେଷ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା...

ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର

ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

ରୋଷେଇ ଘରେ ଅସ୍ତ୍ର ଅଛି, ଭାଜପାକୁ…ମହିଳାଙ୍କୁ ଉସ୍‌କାଇଲେ ଦିଦି

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ SIRକୁ ନେଇ ରାଜନୀତି ସରଗରମ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ମହିଳାମାନଙ୍କୁ ଭୋଟର ତାଲିକା ସମୀକ୍ଷା ସମୟରେ ଯଦି ସେମାନଙ୍କ ନାମ...

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri