ବୁଲାଣି ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଛିଟିକି ପଡ଼ି…

ମୋହନା,୧୮।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ସ୍ଥିତ ଲାଦୃମା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଶୁକ୍ରବାର ରାତି ୯ଟାରେ ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଏହା ଫଳରେ ଘଟଣାସ୍ଥଳରେ ହିଁ ଦୁଇ ବାଇକରେ ବସିଥିବା ଚାରିଜଣ ଯୁବକ ଛିଟିକି ପଡ଼ିଥିଲେ। ସେମାନଙ୍କୁ କିଛି ସ୍ଥାନୀୟ ଲୋକେ ଏକ ଅଟୋ ଯୋଗେ ମୋହନା ମେଡ଼ିକାଲରେ ଭର୍ତ୍ତି କରି ଚିକିତ୍ସା କରାଇଛନ୍ତି।

ସୂଚନା ଅନୁସାରେ, କର୍ଚବାଡି ଗ୍ରାମ ପଞ୍ଚାୟତ ଖଜୁରୀପଡ଼ା ଗାଁର ଯୁବରାଜ ବେହେରା, ଜାମେସ ଶବର, ଅବିୟମ ଶବର ବାଇକ ଯୋଗେ ମଳାସପଦର ଗାଁ ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ସାନ ଖଣି ଗାଁର ବାଲେରିଆନ ନାୟକ ମୋହନା ଆସୁଥିଲେ। ବୁଲାଣି ରାସ୍ତାରେ ଉଭୟଙ୍କ ବାଇକ ମୁହାମୁହିଁ ଧକ୍କା ହୋଇଥିଲା। ଏଥିରେ ଦୁଇଜଣଙ୍କ ଗୋଡ଼ ଓ ହାତରେ ଗଭୀର ଆଘାତ ଲାଗିଥିବାରୁ ଡାକ୍ତର ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି। ଘଟଣାସ୍ଥଳରେ ମୋହନା ପୋଲିସ ପହଞ୍ଚି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri