ମେ’ ୭ ରୁ ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା

ପୁରୁଷୋତ୍ତମପୁର,୧୮।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପ୍ରସିଦ୍ଧ ମା’ କନକା ଠାକୁରାଣୀଙ୍କ ସମେତ କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦ ସୁନ୍ଦରୀ ଆଦି ପଞ୍ଚ ଠାକୁରାଣୀଙ୍କ  ଯାତ୍ରା ଲାଗି ଶୁକ୍ରବାର ରାତିରେ ବଡବଜାରଠାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଯାତ୍ରାଅଧିକାରୀ ରମାକାନ୍ତ ଦାଶଙ୍କ ସଂଯୋଜନାରେ ଏଥିରେ କପିଳେଶ୍ୱର ବଣିକ ସଂଘର ସଭାପତି ରବିନ୍ଦ୍ର କୁମାର ପାତ୍ର ପୌରହିତ୍ୟ କରିଥିବା ବେଳେ ସମ୍ପାଦକ ତ୍ରିନାଥ ପଣ୍ଡା, ପୂର୍ବତନ ସଭାପତି ଦୁର୍ଗାଚରଣ ଦାଶ, ଉପସଭାପତି କୃଷ୍ଣଚନ୍ଦ୍ର ପଣ୍ଡା, ସହ ସମ୍ପାଦକ ରବିନାରାୟଣ ପଣ୍ଡାଙ୍କ ସମେତ ସହରର ବହୁ ମାନ୍ୟଗନ୍ୟବ୍ୟକ୍ତି ଓ ସମସ୍ତ ୱାର୍ଡରୁ ଜନସାଧାରଣ ଯୋଗଦେଇଥିଲେ। ବୈଠକରେ ସର୍ବସମ୍ମତି କ୍ରମେ ପାରମ୍ପରିକ କାର୍ଯ୍ୟକ୍ରମର ଶୁଭଲଗ୍ନ ସ୍ଥିର କରାଯାଇଛି। ଆସନ୍ତା ୨୦ ତାରିଖରେ ଡାକବାନା, ୨୩ରେ ଶୁଭଖୁଣ୍ଟି ସ୍ଥାପନ କରାଯାଇ ଆସନ୍ତା ମେ’ ୭ ତାରିଖରେ ମା’ ପଞ୍ଚ ଠାକୁରାଣୀଙ୍କୁ ଆମନ୍ତ୍ରଣ କରି ବଡବଜାରସ୍ଥିତ ଅସ୍ଥାୟୀ ମନ୍ଦିରରେ ବିଜେ କରାଯାଇ ଯାତ୍ରା ଆରମ୍ଭ ହେବ। ଜୁନ ମାସ ୮ ତାରିଖରେ ମା’ଙ୍କୁ ବିଦାୟ ଦିଆଯାଇ ଯାତ୍ରା ଶେଷ ହେବ। ଦୀର୍ଘ ଏକମାସ ବ୍ୟାପୀ ପୁରୁଷୋତ୍ତମପୁର ସହରରେ ଯାତ୍ରା ଚାଲିବ। ଏହାକୁ ପରିଚାଳନା ଲାଗି ମଧ୍ୟ ଏକ କମିଟି ଗଠନ କରାଯାଇଥିବାନେଇ ଅଧିକାରୀ ରମାକାନ୍ତ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri