ନିଲଡୁଙ୍ଗୁରୀ ମାର୍କେଟ ଟର୍ମିନାଲ ନେଇ ଆଶା ସଂଚାର

ସମ୍ବଲପୁର,୧୯।୪(ଭବାନୀ ଶଙ୍କର ଭୋଇ): ଯୁଯୁମୁରା ବ୍ଲକ କବରାପାଲି ଗ୍ରାମପଞ୍ଚାୟତର ନିଲଡୁଙ୍ଗୁରୀରେ ବିଜେଡି ସରକାର ଅମଳରେ ୨୦୧୪ରେ ଘୋଷଣା ହୋଇଥିବା ବୃହତ୍‌ ମାର୍କେଟ ଟର୍ମିନାଲକୁ ନେଇ ପୁଣିଥରେ ଆଶା ସଂଚାର ହୋଇଛି। ଆସନ୍ତା ୨୦ ତାରିଖରେ କୃଷି ଏବଂ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ ସମ୍ବଲପୁର ଗସ୍ତରେ ଆସିବା ସହ ଏହି ଅତ୍ୟାଧୁନିକ ମାର୍କେଟ ଟର୍ମିନାଲ ନେଇ ଅଞ୍ଚଳ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଏହାସହିତ ନିଲଡୁଙ୍ଗୁରୀରେ ଥିବା ଉଦ୍ୟାନ କୃଷି ଗବେଷଣା କେନ୍ଦ୍ର ଯାଇ ସେଠାରେ ଅଞ୍ଚଳରେ କୃଷି ଏବଂ କୃଷକଙ୍କ ଉନ୍ନତି ପାଇଁ କ’ଣ ସବୁ କାର୍ଯ୍ୟକ୍ରମ ହାତକୁ ନିଆଯାଇପାରିବ ସେ ନେଇ ଆଲୋଚନା କରିବେ। ସୂଚନାଯୋଗ୍ୟ ଯେ, ସମ୍ବଲପୁର କୋଲକାତା ଜାତୀୟ ରାଜପଥର ଯୁଯୁମୁରା ବ୍ଲକର କବରାପାଲି ପଞ୍ଚାୟତ ନିଲଡୁଙ୍ଗୁରୀଠାରେ ପ୍ରାୟ ୬୦ ଏକର ପରିମିତ ଜମିରେ ଏକ ବୃହତ୍‌ ମାର୍କେଟ ଟର୍ମିନାଲ ପିପିପି ମୋଡ୍‌ରେ ନିର୍ମାଣ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ଏଥିପାଇଁ କେନ୍ଦ୍ର ସରକାର ଅନୁମତି ଦେବା ସହିତ ଏହାର କାର୍ଯ୍ୟକାରୀ ପାଇଁ ବଡ଼ ଅଂଶ ଧନ ଦେବାକୁ ମଧ୍ୟ ସେ ସମୟରେ ସ୍ବୀକୃତି ପ୍ରଦାନ କରିଥିଲେ। ଏହି ବୃହତ୍‌ ମାର୍କେଟ ଟର୍ମିନାଲ ମାଧ୍ୟମରେ କୃଷି ଉତ୍ପାଦିତ ଦ୍ରବ୍ୟର ରପ୍ତାନି, ବଜାରକରଣ, ଶୀତଳ ଭଣ୍ଡାର ଆଦିର ସୁବିଧା ସହିତ ପଶ୍ଚିମ ଓ ୧୦ଟି ଜିଲା ଏଥିରେ ଉପକୃତ ହେବେ ବୋଲି ରାଜ୍ୟ ସରକାର ଘୋଷଣା କରିଥିଲେ। ଏହି ବୃହତ୍‌ ଯୋଜନା ପାଇଁ ସେ ସମୟରେ ୭୪ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇ ୨୮ ସେପ୍ଟେମ୍ବର ୨୦୧୪ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୃଷିମନ୍ତ୍ରୀ, ଏମ୍‌ପି, ବିଧାୟକଙ୍କ ଉପସ୍ଥିତିରେ ଏହାର ଶିଳାନ୍ୟାସ କରିଥିଲେ। ତେବେ ୧୧ ବର୍ଷ ବିତିଯିବା ପରେ ମଧ୍ୟ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରିନାହିଁ। ପଶ୍ଚିମାଞ୍ଚଳରେ କୃଷିର ଭିତ୍ତିଭୂମିକୁ ସୁଧାରିବା ପାଇଁ ଏହି ବୃହତ୍‌ ମାର୍କେଟ ଟର୍ମିନାଲ ନିର୍ମାଣ ପାଇଁ ସ୍ଥାନୀୟ ଚାଷୀମାନେ ଦାବି କରି ଆସୁଛନ୍ତି। ଗତ ସାଧାରଣ ନିର୍ବାଚନ ସମୟରେ ମଧ୍ୟ ଭାଜପା ଏହି ପ୍ରସଙ୍ଗରେ ବିଜେଡି ସରକାରକୁ ଘେରିଥିଲା। ତେବେ ଦୀର୍ଘ ନଅ ମାସ ପରେ ରାଜ୍ୟ ସରକାରଙ୍କ କୃଷି ଏବଂ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢୀ ନିଲଡୁଙ୍ଗୁରୀ ପରିଦର୍ଶନରେ ଆସିବା କାର୍ଯ୍ୟକ୍ରମ ଥିବା ଜଣାପଡ଼ିବା ପରେ ରାଜ୍ୟ ସରକାର ଏହି ପ୍ରସଙ୍ଗରେ ଆଗକୁ ବଢ଼ିବା ନେଇ ପଦକ୍ଷେପ ନେବେ ବୋଲି ସ୍ଥାନୀୟ ଚାଷୀ ଆଶାବାଦୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri