ଦୁଇ ଚୋରି ମାମଲାରେ ଅଭିଯୁକ୍ତଙ୍କୁ ଜେଲ୍‌ ଦଣ୍ଡାଦେଶ

ପାରଳାଖେମୁଣ୍ଡି,୨୦ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଆର୍‌. ଉଦୟଗିରି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ତରୁଣ କୁମାର ସେଠୀ ପୃଥକ୍‌ ଦୁଇଟି ଚୋରି ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣକୁ ଆଧାର କରି ସେ ଏହି ଦୁଇଟି ମାମଲାର ଜଣେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ତାଙ୍କ ବିରୋଧରେ ଦଣ୍ଡାଦେଶ ଶୁଣାଇଛନ୍ତି। ଅଭିଯୁକ୍ତ ଜଣଙ୍କ ଆର୍‌. ଉଦୟଗିରି ଥାନା ଅନ୍ତର୍ଗତ ଅଟଲିମା ଗ୍ରାମର ଜଗଦୀଶ ବଡରଇତ (୨୪)। ବାଇକ ଚୋରି ମାମଲାରେ ଜଜ୍‌ ତାଙ୍କ ବିରୋଧରେ ଦୁଇ ବର୍ଷ ୬ମାସ(ଅଢ଼େଇ ବର୍ଷ) ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ଜରିମାନା ବାବଦକୁ ୫ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅତିରିକ୍ତ ୮ ମାସ ଜେଲ୍‌ଦଣ୍ଡ ପାଇଁ ମାଜିଷ୍ଟ୍ରେଟ୍‌ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି।

ସେହିପରି ଘଟଣା ଦିନ ଏକ ଦୋକାନର ତାଲା ଭାଙ୍ଗି ଏକ ଏଲଇଡି ଟିଭି ଚୋରି ମାମଲା ବିଚାର କରି ମାଜିଷ୍ଟ୍ରେଟ ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଉକ୍ତ ଅଭିଯୁକ୍ତଙ୍କୁ ଦୁଇ ବର୍ଷ ୬ମାସ ଜେଲ ଦଣ୍ଡ ସହ ୫ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅତିରିକ୍ତ ଏକ ବର୍ଷ ଜେଲ ଦଣ୍ଡର ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ, ୨୦୨୪ ଅକ୍ଟୋବର ୨୬ରେ କ୍ରିଶଗାଲ ସିଂଙ୍କ ଘର ସମ୍ମୁଖରୁ ତାଙ୍କର ହିରୋ ଗ୍ଲାମର ନଂ(ଓ -୦୭ ବି- ୩୨୦୦) ଗାଡ଼ି ଚୋରି ହୋଇଥିବା ନେଇ ସେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ୧୫୮/୨୪ରେ ଏକ ମାମଲା ରୁଜୁ କରିଥିଲା। ପରେ ଦୋକାନରୁ ଏଲଇଡି ଟିଭି ଚୋରି ହୋଇଥିବା ନେଇ ମାଲିକ ରଘୁନାଥ ମାଳବିଷୋୟୀ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏନେଇ ୧୫୯/୨୪ରେ ଏକ ମାମଲା ରୁଜୁ କରିଥିଲା। ଘଟଣାର ତଦନ୍ତ କରି ତତ୍କାଳୀନ ଥାନାଧିକାରୀ ସବ୍ୟସାଚୀ ମଲ୍ଲ ଅଭିଯୁକ୍ତ ଜଗଦୀଶ ବଡ଼ ରଇତଙ୍କୁ ଉକ୍ତ ଦୁଇଟି ଚୋରି ମାମଲାରେ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ପରେ ପୋଲିସ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଥିଲା। ବାଇକ ଚୋରି ମାମଲାରେ ୧୧ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିବା ବେଳେ ଟିଭି ଚୋରି ମାମଲାରେ ୮ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ରାୟ ପ୍ରକାଶ ବେଳେ ଗିରଫ ପରଠାରୁ ଆର୍‌. ଉଦୟଗିରି ଜେଲରେ ବିଚାରାଧୀନ ବନ୍ଦୀ ଭାବେ ଥିବା ଉକ୍ତ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା। ସାକ୍ଷୀମାନଙ୍କ ବୟାନ ଓ ଚାର୍ଜଶିଟ୍‌କୁ ଆଧାର କରି ମାଜିଷ୍ଟ୍ରେଟ୍‌ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ଏପିପି ସନ୍ତୋଷ ଶବର ମୋକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri