ଗର୍ଭପାତ ନ କରିବାରୁ ପ୍ରେମିକାଙ୍କୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ ପ୍ରେମିକ

ମାଲକାନଗିରି,୨୧ା୪(ଗୌରୀଶଙ୍କର ପଣ୍ଡା): ଗତ ଏପ୍ରିଲ ୧୨ରେ ମାଲକାନଗିରି ବ୍ଲକ ରେଙ୍ଗାବନ୍ଧ ଗ୍ରାମ ନିକଟ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ଜବତ ଘଟଣାରେ ପୋଲିସ ତଦନ୍ତ କରିଥିଲା। ପରେ ଘଟଣାର ପର୍ଦ୍ଦାଫାଶ କରିବା ସହ ଏଥିରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ରବିବାର ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ସୁକ୍‌ମା ଜିଲା ପାଣ୍ଡୁମ ଗ୍ରାମର ଉମେଶ ନାଗ । ଏ ନେଇ ନଂ୨୧/୨୫ରେ ମାମଲା ରୁଜୁ କରାଯାଇଥିଲା।
ମାଲକାନଗିରି ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟରେ ଆୟାଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ବିନୋଦ ପାଟିଲ ଦେଇଥିବା ସୂଚନା ଅନୁଯାୟୀ, ଛତିଶଗଡ ଅଞ୍ଚଳର ଜଣେ ଯୁବତୀ ଓ ସୁକ୍‌ମା ଜିଲା ପାଣ୍ଡୁମ ଗ୍ରାମର ଉମେଶ ନାଗଙ୍କ ମଧ୍ୟରେ ଗତ ଏକବର୍ଷ ଧରି ପ୍ରେମ ସମ୍ପର୍କ ରହିଥିଲା। ଦୁହିଁଙ୍କ ମଧ୍ୟରେ ଶାରୀରିକ ସମ୍ପର୍କ ମଧ୍ୟ ଥିଲା। ଫଳରେ ଯୁବତୀ ଜଣକ ଗର୍ଭବତୀ ହୋଇଥିଲେ। ଯୁବତୀ ଏବଂ ଉମେଶ ୨୦ା୩ା୨୫ରେ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସି ଯୁବତୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲେ। ଗର୍ଭବତୀ ଥିବା ଜଣାପଡିବା ପରେ ଗର୍ଭପାତ ପାଇଁ ଡାକ୍ତରଙ୍କୁ ଅନୁରୋଧ କରିଥିଲେ। ଗର୍ଭପାତ କରିବେ ନାହିଁ ବୋଲି ଡାକ୍ତର ମନା କରିଥିଲେ। ଫଳରେ ଉମେଶ ଉପାୟ ନ ପାଇ ରେଙ୍ଗାବନ୍ଧ ଗ୍ରାମ ନିକଟ ଜଙ୍ଗଲରେ ଯୁବତୀଙ୍କୁ ହତ୍ୟା କରିଥିଲେ। ଗତ ୧୨ ତାରିଖରେ ଗଳିତ ମୃତଦେହ ମିଳିଲା ପରେ ପୋଲିସ ଏହାର ତଦନ୍ତ କରିବା ସହ ପଡୋଶୀ ଛତିଶଗଡ ସୁକ୍‌ମା ପୋଲିସ ସହ ଯୋଗାଯୋଗ କରି ଯୁବତୀଙ୍କ ଠିକଣା ଜାଣି ତାଙ୍କ ଘରକୁ ଯାଇ ପିନ୍ଧିଥିବା ବସ୍ତ୍ର ଓ ଅନ୍ୟାନ୍ୟ ଜିନିଷ ଦେଖାଇଥିଲା। ଯୁବତୀଙ୍କ ପରିବାର ଲୋକେ ସମସ୍ତ ଜିନିଷ ଚିହ୍ନଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri