ଦିନ ୨ଟା ୩୦ ସୁଦ୍ଧା ୪୪ଡ଼ିଗ୍ରୀ ଅତିକ୍ରମ କଲା ତାତି, ଉପକୂଳରେ ଆଦ୍ରତା କରୁଛି କଲବଲ

ଭୁବନେଶ୍ୱର,୨୧।୪: ରାଜ୍ୟରେ ବୃଦ୍ଧି ପାଇଛି ତାତିର ପ୍ରଭାବ। ପଶ୍ଚିମରେ ପ୍ରବଳ ତାତି ଅନୁଭୂତ ହେଉଥିଲା ବେଳେ ଉପକୂଳର ଆଦ୍ରତା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ରବିବାର ଝାରସୁଗୁଡା ରାଜ୍ୟର ସର୍ବାଧିକ ଉତପ୍ତ ସହର ପାଲଟିଥିବା ବେଳେ ସୋମବାର ମଧ୍ୟ ଏଠାରେ ଦିନ ୨ଟା ୩୦ ସୁଦ୍ଧା ତାପମାତ୍ରା ୪୪.୮ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଛି।

୪୪.୮ଆଜି ଦିନ ୨ଟା ୩୦ ସୁଦ୍ଧା ରେକର୍ଡ ହୋଇଥିବା ତଥ୍ୟ ଅନୁଯାୟୀ ଝାରସୁଗୁଡା ୪୪.୮ ଡିଗ୍ରୀ, ସମ୍ବଲପୁର ୪୨.୬, ହୀରାକୁଦ ୪୧.୮, ରାଉରକେଲା ୪୧.୨, କେନ୍ଦୁଝର ୩୭.୮, ଚାନ୍ଦବାଲି ୩୭.୬, ବାଲେଶ୍ୱର ୩୬.୨, ଭୁବନେଶ୍ୱର ୩୫.୨ ରେକର୍ଡ କରାଯାଇଛି।

ଅନ୍ୟପଟେ ଉପକୂଳ ଓଡ଼ିଶାରେ ଆଜି ଦିନ ୨ଟା ୩୦ ସୁଦ୍ଧାଆଦ୍ରତା ବୃଦ୍ଧି ପାଇଛି। ପୁରୀରେ ୭୨%, ଗୋପଳପୁର ୭୨%, ପାରାଦ୍ୱୀପ ୭୦%, ବାଲେଶ୍ୱର ୬୨%, ଭୁବନେଶ୍ୱର ୬୨%,ଚାନ୍ଦବାଲି ୫୯% ରେକର୍ଡ ହୋଇଛି ।

ଆଗାମୀ ତିନିଦିନରେ ରାଜ୍ୟରେ ତାପମାତ୍ରା ୩ରୁ ୫ ଡିଗ୍ରୀ ବଢିବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେଉଁଝର, ମୟୁରଭଞ୍, ବାଲେଶ୍ୱର , ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଂଜାମ, ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଏବଂ ମାଲକାନଗିରି ଜିଲାରେ କାଳବୈଶାଖୀ ପ୍ରଭାବରେ ଝାଡ଼ବର୍ଷା ହୋଇପାରେ।

ତେବେ ମଙ୍ଗଳବାରଠାରୁ ରାଜ୍ୟରେ ଆହୁରି ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏଥିପାଇଁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ ବଲାଙ୍ଗୀର ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଛି।

ସେହିପରି ବୁଧବାର ପାଇଁ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ନୂଆପଡା, ସୋନପୁର ଏ ବୌଦ୍ଧ ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଥିଲା ବେଳେ ଗଜପତି, ଗଂଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ଆଦ୍ରତା ଅନୁଭବ ହେବା ନେଇ ଆଲର୍ଟ ଜାରି କରାଯାଇଛି।

ଗୁରୁବାର ଏବଂ ଶୁକ୍ରବାର ମଧ୍ୟ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ନୂଆପଡା, ଅନୁଗୋଳ, ସୋନପୁର ଏବଂ ବୌଦ୍ଧ ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଥିଲା ବେଳେ ଗଜପତି, ଗଂଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ଆଦ୍ରତା ଅନୁଭବ ହେବା ନେଇ ଆଲର୍ଟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

Apple ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri