ଅସମ୍ଭାଳ ତାତି, ଜନ ଜୀବନ ଅସ୍ତବ୍ୟସ୍ତ

ଧରାକୋଟ,୨୧ା୪ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଧରାକୋଟ ଅଞ୍ଚଳରେ ୪ ଦିନ ଧରି ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଲେଣି। ୧୦ଟା ପରେ ବାହାରକୁ ବାହାରିବା ମୁସ୍କିଲ ହୋଇ ପଡ଼ୁଛି। ସରକାରୀ କାର୍ଯ୍ୟାଳୟ ଓ ସ୍କୁଲଗୁଡ଼ିକ ସକାଳୁଆ ହୋଇଥିବାରୁ ଛାତ୍ରୀଛାତ୍ରମାନେ ଖରାର ପ୍ରକୋପରୁ ତ୍ରାହି ପାଉଥିଲେ ମଧ୍ୟ ସାଧାରଣ ଲୋକେ ଦିନ ୧ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟାଳୟ ସହ ୪ଟା ପର୍ଯ୍ୟନ୍ତ ବ୍ୟାଙ୍କ କାରବାର ଯୋଗୁ ତାତିରୁ ନିସ୍ତାର ପାଇପାରୁ ନାହାନ୍ତି।

ସମ୍ପ୍ରତି ଧରାକୋଟ ଅଞ୍ଚଳରେ ତାପମାତ୍ରା ୩୮ ଡିଗ୍ରୀରେ ପହଞ୍ଚିଛି। ଏଣୁ ମଣିଷଠାରୁ ପଶୁ ପକ୍ଷୀ ସମସ୍ତେ ଏଥିରେ କବଳିତ ହେଲେଣି। ବନ୍ଧ, ପୋଖରୀ, ଗାଡ଼ିଆ, କୂଅ ଶୁଖିଲା ପଡ଼ିଛି। ଚାରିଆଡେ ଜଳ କଷ୍ଟ ଅନୁଭୂତ ହେଲାଣି। ଗାଁ ଗାଁରେ ପିଇବା ପାଣି ସମସ୍ୟା ବଢ଼ିଲାଣି। ବାଟୋଇମାନଙ୍କ ଜଳ କଷ୍ଟ ଦୂର ପାଇଁ ବିଭିନ୍ନ ପଞ୍ଚାୟତରେ ଖୋଲିଥିବା ଜଳଛତ୍ର କିଛି ମାତ୍ରାରେ ତୃଷା ମେଣ୍ଟାଉଛି।

କିନ୍ତୁ ଏହା ପର୍ଯ୍ୟାପ୍ତ ପରିମାଣର ଖୋଲି ନାହିଁ। ଏଣୁ ଅଧିକ ଜଳଛତ୍ର ଖୋଲିବା ପାଇଁ ଦାବି ହେଉଛି। ଚଳିତ ବର୍ଷ ସ୍ବାଭାବିକ ପରିମାଣର ବର୍ଷା ହେବାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଣୁ ପ୍ରଶାସନିକସ୍ତରରେ ବର୍ତ୍ତମାନ ଠାରୁ ବନ୍ଧ, ପୋଖରୀ ଗୁଡ଼ିକର ପୁନରୁଦ୍ଧାର କାର୍ଯ୍ୟ ନ ସାରିଲେ ଆଗକୁ ସ୍ଥିତି ବିଗିଡ଼ିବାର ସମ୍ଭାବନା ରହିଛି। ଜଳବାୟୁ ପରିବର୍ତ୍ତନ ଯୋଗୁ ଏହାର ପ୍ରଭାବ ଋତୁଚକ୍ର ଉପରେ ପଡୁଛି। ଏଣୁ ପ୍ରଶାସନ ତରଫରୁ ଜଳ ସଂରକ୍ଷଣ ବ୍ୟବସ୍ଥାକୁ ଗୁରୁତ୍ୱ ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri