ଚଳିତ ବର୍ଷ ପ୍ରଥମ ଥର ପାଇଁ ୪୫ ଟପିଲା ତାତି, ଆଗକୁ ଆହୁରି ବଢିବ

ଭୁବନେଶ୍ୱର,୨୧।୪: ରାଜ୍ୟରେ ଚଳିତବର୍ଷ ପ୍ରଥମ ଥର ପାଇଁ ୪୫ ଟପିଛି ତାତି। ଗତ ଦୁଇଦିନ ହେଲା ଝାରସୁଗୁଡା ରାଜ୍ୟର ଉତପ୍ତ ସହର ପାଲଟିଛି। ଆଜି ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୪୫.୪ ଡିଗ୍ରୀ ରେକର୍ଡ କରାଯାଇଛି। ଆଜି ରେକର୍ଡ ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ରେକର୍ଡ ହୋଇଥିଲା ବେଳେ ଏହା ପଛକୁ ସମ୍ବଲପୁର ୪୩, ହୀରାକୁଦ ୪୨.୪, ରାଉରକେଲା ୪୨, କେନ୍ଦୁଝର ୩୮.୩, ଚାନ୍ଦବାଲି ୩୮.୨, ବାଲେଶ୍ୱର ୩୭, ଭୁବନେଶ୍ୱର ୩୬ ରହିଛି।

ଆଗାମୀ ତିନିଦିନରେ ରାଜ୍ୟରେ ତାପମାତ୍ରା ୩ରୁ ୫ ଡିଗ୍ରୀ ବଢିବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେଉଁଝର, ମୟୁରଭଞ୍, ବାଲେଶ୍ୱର , ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଂଜାମ, ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଏବଂ ମାଲକାନଗିରି ଜିଲାରେ କାଳବୈଶାଖୀ ପ୍ରଭାବରେ ଝାଡ଼ବର୍ଷା ହୋଇପାରେ।

ତେବେ ମଙ୍ଗଳବାରଠାରୁ ରାଜ୍ୟରେ ଆହୁରି ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏଥିପାଇଁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ ବଲାଙ୍ଗୀର ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଛି।

ସେହିପରି ବୁଧବାର ପାଇଁ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ନୂଆପଡା, ସୋନପୁର ଏ ବୌଦ୍ଧ ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଥିଲା ବେଳେ ଗଜପତି, ଗଂଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ଆଦ୍ରତା ଅନୁଭବ ହେବା ନେଇ ଆଲର୍ଟ ଜାରି କରାଯାଇଛି।

ଗୁରୁବାର ଏବଂ ଶୁକ୍ରବାର ମଧ୍ୟ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ନୂଆପଡା, ଅନୁଗୋଳ, ସୋନପୁର ଏବଂ ବୌଦ୍ଧ ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଥିଲା ବେଳେ ଗଜପତି, ଗଂଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ଆଦ୍ରତା ଅନୁଭବ ହେବା ନେଇ ଆଲର୍ଟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri