Posted inଖେଳ

ଜାତୀୟ ହ୍ୟାଣ୍ଡବଲ ଚାମ୍ପିୟନଶିପରେ ସ୍ଥାନ ପକ୍କା କଲେ ଧ୍ରୁବ

ନୂଆପଡ଼ା,୨୧ା୪(ମକାରୁ ବେମାଲ): ଉତ୍ତରପ୍ରଦେଶର ଆକବରପୁରଠାରେ ଏପ୍ରିଲ ୨୦ରୁ ୨୪ ପର୍ଯ୍ୟନ୍ତ ଜାତୀୟ ଜୁନିୟର ବାଳକ ହ୍ୟାଣ୍ଡବଲ ଚାମ୍ପିୟନଶିପ ଆୟୋଜିତ ହେଉଛି। ଏଥିସକାଶେ ରାଜ୍ୟର ୧୮ଜଣିଆ ଦଳ ଉତ୍ତରପ୍ରଦେଶ ଯାତ୍ରା କରିଛନ୍ତି। ଏହି ଦଳରେ ନୂଆପଡାର ଧ୍ରୁବ ଗୁପ୍ତା ସ୍ଥାନ ପାଇ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି।

ନୂଆପଡ଼ା ମନ୍ଦିରପଡ଼ାର ଲଲନ ଗୁପ୍ତା ଓ ମମତା ଗୁପ୍ତାଙ୍କ ପୁତ୍ର ଧ୍ରୁବ ତରବୋଡ଼ସ୍ଥିତ ପିଏମ୍‌ ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରେ ଦ୍ୱାଦଶ ଶ୍ରେଣୀରେ ଅଧ୍ୟୟନ କରନ୍ତି। ସୂଚନା ମୁତାବକ ଏହି ପ୍ରତିଯୋଗିତା ପାଇଁ ଗତ ମାର୍ଚ୍ଚରୁ ପ୍ରଶିକ୍ଷଣ ଶିବିର କରାଯାଇ ୩୦ଜଣଙ୍କୁ ଚୟନ କରାଯାଇଥିଲା।

ଧ୍ରୁବ ନିଜର ଉତ୍କୃୃଷ୍ଟ ଖେଳ ପ୍ରଦର୍ଶନ କରି ଦଳରେ ସ୍ଥାନ ପାଇଥିଲେ। ପରେ ଖେଳାଳିମାନଙ୍କ ପ୍ରଦର୍ଶନକୁ ଆଧାର କରି ୧୮ ଜଣିଆ ରାଜ୍ୟ ଦଳ ଚୟନ କରାଯାଇଥିଲା । ଏଥିରେ ମଧ୍ୟ ଧ୍ରୁବ ନିଜ ସ୍ଥାନ ପକ୍କା କରିଥିଲେ। ତାଙ୍କର ଏହି ସଫଳତା ପାଇଁ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାସ, ଜିଲା କ୍ରୀଡ଼ା ଅଧିକାରୀ ରାଜେନ୍ଦ୍ର ପ୍ରସାଦ ବଢେଇ, ଜିଲା କ୍ରିକେଟ ସଂଘ ସମ୍ପାଦକ ସରୋଜ କୁମାର ସାହୁ, ବିଦ୍ୟାଳୟ ଅଧ୍ୟକ୍ଷ ଡ. ଭି. ରମନା ତାଙ୍କୁ ଶୁଭେଚ୍ଛା ଜଣାଇ ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା

ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର,...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri