ଯୁବକଙ୍କୁ ପଥରରେ ଛେଚି ହତ୍ୟା: ମୃତଦେହ ଜବତ

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ପାଟପୁର ଥାନା ସାମନ୍ତରାପୁର ଗ୍ରାମର ହୀନ ପାତ୍ରଙ୍କୁ ପଥର ଛେଚି ହତ୍ୟା କରାଯାଇଛି। ଶେରଗଡ଼ ବ୍ଲକ କାଳିଆଘାଇ ଗ୍ରାମ ଏବଂ ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମ ନିକଟ ଏକ କେନାଲ ବ୍ରିଜ ନିକଟରେ ପଡ଼ିଥିବା ହୀନଙ୍କ ମୃତଦେହକୁ ପାଟପୁର ପୋଲିସ ମଙ୍ଗଳବାର ସକାଳେ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ପଠାଇଥିଲେ।ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।ହୀନ କୌଣସି କାମରେ ବାଇକ ଯୋଗେ ବ୍ରହ୍ମପୁର ଯାଇଥିଲେ।ସନ୍ଧ୍ୟା ସୁଦ୍ଧା ସେ ଘରକୁ ଫେରିନଥିଲେ। ତାଙ୍କ ମୋବାଇଲ କୁ ପରିବାର ଲୋକେ ଫୋନ କରିଥିଲେ।ସେ ରାତିରେ ଘରକୁ ଫେରିବି ବୋଲି କହିଥିଲେ।କିନ୍ତୁ ରାତିରେ ସେ ଘରକୁ ଫେରିନଥିଲେ। ମଙ୍ଗଳବାର ସକାଳୁ କିଛି ବ୍ୟକ୍ତି ହୀନ ଙ୍କ ମୃତଦେହ କେନାଲ ନିକଟରେ ପଡ଼ିଥିବା ସହ କିଛି ଦୂରରେ ତାଙ୍କ ବାଇକ ନଂ.(ଓଡ଼ି ୦୭ ଏ ଭି -୧୬୯୨) ବ୍ରିଜ ଉପରେ ଥିବା ଦେଖି ତାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ।ପରିବାର ଲୋକେ କିଛି ଗ୍ରାମବାସୀ ଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ପୋଲିସ କୁ ଖବର ଦେଇଥିଲେ।ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ସାଇଣ୍ଟିଫିକ ଟିମ ସହ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ସବିଶେଷ ତଦନ୍ତ କରିବା ସହ ବାଇକ କୁ ଜବତ କରି ଥାନା କୁ ନେଇଥିବା ଜଣାପଡିଛି। ଉକ୍ତ ବ୍ରିଜ ନିକଟରେ କିଛି ବ୍ୟକ୍ତି ବହୁବର୍ଷ ହେଲା ବେଆଇନ ଭାବେ ବେଧଡକ ଦେଶୀ ଓ ବିଦେଶୀ ମଦ ବିକ୍ରି କରୁଛନ୍ତି।ସେଠାରେ ମଦ୍ୟପାନ କରି ଅସାମାଜିକ ଯୁବକ ମାନେ ନିଶାସକ୍ତ ଭାବେ ରାସ୍ତାରେ ଚଳପ୍ରଚଳ କରୁଥିବା ଲୋକଙ୍କୁ ମାଡ଼ ମାରିବା ସହ ଛିନତାଇ କରୁଥିବା ଅଭିଯୋଗ ହୋଇଛି। ବ୍ୟବଚ୍ଛେଦ ରିପୋର୍ଟ ମିଳିବାପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri