Posted inରାଜ୍ୟ

ପୋପ୍‌ ଫ୍ରାନ୍ସିସ୍‌ଙ୍କ ବିୟୋଗ: ରାଜ୍ୟ ପାଳିବ ୩ ଦିନିଆ ଶୋକ

ଭୁବନେଶ୍ୱର,୨୨।୪: ରୋମାନ କାଥୋଲିକ୍‌ ଚର୍ଚ୍ଚର ସର୍ବୋଚ୍ଚ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ଙ୍କର ବିୟୋଗରେ ରାଜ୍ୟ ୩ ଦିନିଆ ଶୋକ ପାଳିବ। ଏପ୍ରିଲ ୨୨ (ମଙ୍ଗଳବାର) ଏବଂ ଏପ୍ରିଲ ୨୩ (ବୁଧବାର) ରାଜ୍ୟ ସରକାର ଶୋକ ଦିବସ ପାଳନ କରିବେ। ସେହିଭଳି ଶେଷକୃତ୍ୟ ଦିନ ମଧ୍ୟ ରାଜ୍ୟରେ ପାଳନ ହେବ ଶୋକ ଦିବସ ବୋଲି ସୂଚନା ଦିଆଯାଇଛି।

ସୂଚନା ଥାଉ କି, ପୋପ୍‌ ଫ୍ରାନ୍ସିସ୍‌ଙ୍କର ଦେହାନ୍ତରେ ଭାରତ ସରକାର ସୋମବାର ତିନି ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି। ତାଙ୍କ ସମ୍ମାନାର୍ଥେ ସାରା ଭାରତରେ ତିନି ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ।
ଏପ୍ରିଲ ୨୨ (ମଙ୍ଗଳବାର) ଏବଂ ଏପ୍ରିଲ ୨୩ (ବୁଧବାର) ଦୁଇ ଦିନ ପାଇଁ ରାଷ୍ଟ୍ର ଶୋକ ପାଳନ କରାଯିବ ବୋଲି ବିବୃତ୍ତିରେ କୁହାଯାଇଛି। ଏହା ବ୍ୟତୀତ, ଶେଷକୃତ୍ୟ ଦିନ ଗୋଟିଏ ଦିନ ପାଇଁ ରାଜ୍ୟ ଶୋକ ପାଳନ କରାଯିବ।

ବିବୃତ୍ତିରେ କୁହାଯାଇଛି ଯେ ରାଷ୍ଟ୍ରୀୟ ଶୋକ ସମୟରେ, ସାରା ଭାରତରେ ଯେଉଁଠାରେ ନିୟମିତ ଭାବରେ ଜାତୀୟ ପତାକା ଉଡ଼ାଯାଏ, ସେହି ସମସ୍ତ କୋଠାରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ। ଶୋକ ସମୟରେ କୌଣସି ସରକାରୀ ମନୋରଞ୍ଜନ କାର୍ଯ୍ୟକ୍ରମ ଆୟୋଜନ କରାଯିବ ନାହିଁ।

ସୂଚନା ଥାଉ କି, ପୋପ୍‌ ଫ୍ରାନ୍ସିସ୍‌ଙ୍କର ସୋମବାର ସକାଳେ ୮୮ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଇତିହାସରେ ପ୍ରଥମ ଥର ପାଇଁ ଦକ୍ଷିଣ ଆମେରିକାରୁ ଖ୍ରୀଷ୍ଟିଆନ୍‌ ଧର୍ମର ସର୍ବୋଚ୍ଚ ପଦବୀରେ ଅଧିଷ୍ଠିତ ହୋଇଥିବା ଫ୍ରାନ୍ସିସ୍‌ ଦୀର୍ଘବର୍ଷ ହେଲା ବିଭିନ୍ନ ରୋଗରେ ଆକ୍ରାନ୍ତ ହେବା ସହ ନିକଟରେ ଡବଲ ନିମୋନିଆରୁ ସୁସ୍ଥ ହୋଇଥିଲେ। ଇଷ୍ଟର ରବିବାର ପାଳନର ଗୋଟିଏ ଦିନ ପରେ ତାଙ୍କର ଦେହାନ୍ତ ସାରା ବିଶ୍ୱରେ ଶୋକର ଛାୟା ଖେଳାଇଦେଇଛି। ତାଙ୍କର ବିନମ୍ର ଶୈଳୀ ଏବଂ ଗରିବଙ୍କ ପରି ଚିନ୍ତା ସାରା ବିଶ୍ୱକୁ ପ୍ରଭାବିତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲୋ ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri