କଟକରେ ଭୟଙ୍କର ଦୁର୍ଘଟଣା: ପିସିଆର୍‌ ଭ୍ୟାନ୍‌କୁ ଚାପିଦେଲା ହାଇଓ୍ବା, ଚାଲିଗଲା ୨ ପୋଲିସ କର୍ମଚାରୀଙ୍କ ଜୀବନ

କଟକ ସଦର,୨୨।୪(ସୁଶାନ୍ତ କୁମାର ଜେନା): କଟକ-ପରାଦୀପ ରାସ୍ତାର ଗତିରାଉତପାଟଣାରେ ମଙ୍ଗଳବାର ଭୋର୍‌ ସମୟରେ ଭୟଙ୍କର ଦୁର୍ଘଟଣା ଘଟିଛି। ପିସିଆର୍‌ ସହିତ ବାଲି ବୋଝେଇ ହାଇଓ୍ବା ମୁହାଁମୁହିଁ ଧକ୍କା ହେବା ଫଳରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ହାଇଓ୍ବା ଓଲଟି ପଡ଼ିଥିବା ବେଳେ ପିସିଆର ମଧ୍ୟ ଭାଙ୍ଗି ଚୂରମାର ହୋଇଯାଇଛି।

ସିଆର୍‌ଆର୍‌ଆଇ ଥାନା ପାଟ୍ରୋଲିଂ ବେଳେ ଏହି ଦୁର୍ଘଟଣା ଘଟିଛି। ମୃତ ଦୁଇ ପୋଲିସ କର୍ମଚାରୀ ହେଲେ ପିସିଆର୍‌ ଡ୍ରାଇଭର ଜଗବନ୍ଧୁ ମହାଳି (୩୮) ଏବଂ ପୋଲିସ ଷ୍ଟାଫ୍‌ ଲୋକନାଥ ଶବର। ତେବେ ଏହି ଦୁର୍ଘଟଣାରେ ହୋମଗାର୍ଡ ପବିତ୍ର ମୋହନ ସେଠୀ ଗୁରୁତର ଭାବେ ଆହତ ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସତ ହେଉଛନ୍ତି। ଅପରପକ୍ଷେ ହାଇୱା ଡ୍ରାଇଭରଙ୍କର କୌଣସି କ୍ଷତି ଘଟି ନାହିଁ।

ଦୁର୍ଘଟଣା ଏତେ ଭୟାବହ ଥିଲା ଯେ ଅଗ୍ନିଶମ କର୍ମଚାରୀମାନେ ଗ୍ୟାସ କଟର ସାହାଯ୍ୟରେ ଗାଡ଼ି ଦୁଇଟିକୁ ଅଲଗା ଅଲଗା କରିଥିଲେ। ଖବର ପାଇଁ କଟକ ଡିସିପି ଋଷିକେଶ ଖିଲାରି ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିର ଅନୁଧ୍ୟାନ କରିବା ସହ ଆହତଙ୍କୁ ଡାକ୍ତରଖାନା ପଠାଇବାର ବ୍ୟବସ୍ଥା କରିଥିଲେ। ଏବେ ପୋଲିସ ପିସିଆର୍‌ ଭ୍ୟାନ୍‌କୁ ଉଦ୍ଧାର କରି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁନିରଙ୍କ ହାତରେ ନ୍ୟୁକ୍ଲିଅର ବଟନ୍‌

ଇସ୍‌ଲାମାବାଦ,୬ା୧୨: ପାକିସ୍ତାନ ରାଷ୍ଟ୍ରପତି ଆସିଫ୍‌ ଅଲୀ ଜର୍ଦ୍ଦାରୀଙ୍କ ଅଫିସିଆଲ୍‌ ‘X’ ହ୍ୟାଣ୍ଡେଲରୁ ଶୁକ୍ରବାର ଏକ ପୋଷ୍ଟ କରାଯାଇଛି। ବର୍ତ୍ତମାନ ସିଓଏଏସ୍‌ ଥିବା ଫିଲ୍ଡ ମାର୍ଶଲ ଆସିମ୍‌...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ଫିକା ପଡ଼ିଲା ଖ୍ରୀଷ୍ଟମାସ ସେଲିବ୍ରେଶନ, ୧୦ ମୃତ ୧୯ ଆହତ

ପ୍ୟାରିସ,୬।୧୨: ଫ୍ରାନ୍ସର ଗୁଆଡେଲୁପର ସେଣ୍ଟ-ଆନରେ ଏକ ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡ଼ି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ହେଉଥିବା ଲୋକଙ୍କୁ ଚାପି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri