Posted inରାଜ୍ୟ

ସ୍କୁଲ୍‌ ଛୁଟି ଘୋଷଣା କଲେ ଜିଲାପାଳ, ଝାରସୁଗୁଡ଼ାରେ ୪୬ ଟପିଲା ତାତି

ଭୁବନେଶ୍ୱର,୨୨।୪: ଓଡ଼ିଶାରେ ଅସହ୍ୟ ଗରମ ଓ ତାତି ଜନିତ ପରିସ୍ଥିତି ମଧ୍ୟରେ ଝାରସୁଗୁଡ଼ା ଜିଲାରେ ତାପମାତ୍ରା ୪୬ ଡିଗ୍ରୀ ସେଲସିୟସ ଛୁଇଁଛି। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ଓ ନିରାପତ୍ତାକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ା ଜିଲାପାଳ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ ପାଇଁ ଛୁଟି ଘୋଷଣା କରିଛନ୍ତି।

ମଙ୍ଗଳବାର ଜିଲାରେ ତାପମାତ୍ରା ୪୬.୨ ଛୁଇଁଥିଲା। ଏଥିସହିତ ଚଳିତ ବର୍ଷ ପ୍ରଥମ କରି ରାଜ୍ୟରେ ତାତି ୪୬ ଟପିଛି। ସେହିଭଳି ଏପ୍ରିଲ ମାସର ଝାରସୁଗୁଡ଼ା ତାତି ୧୦ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଛି। ପୂର୍ବରୁ ୨୦୧୦ ଏପ୍ରିଲ ୨୦ରେ ଝାରସୁଗୁଡ଼ା ତାତି ୪୬.୧ ରହିଥିଲା।

ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ, ଏପ୍ରିଲ ୨୩ ରୁ ୨୫ ପର୍ଯ୍ୟନ୍ତ ଛୁଟି ଜିଲାର ସମସ୍ତ ସ୍କୁଲ୍‌ ବନ୍ଦ ରହିବ। ଏହି ନିଷ୍ପତ୍ତି ଗ୍ରୀଷ୍ମ ପ୍ରକୋପ ଏବଂ ହିଟ୍‌ଷ୍ଟ୍ରୋକ୍‌ ଆଶଙ୍କାକୁ ଦୃଷ୍ଟିରେ ରଖି ନିଆଯାଇଛି। ଜିଲାପାଳ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କୁ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି, ଯେପରି ପାଣି ଅଧିକ ପିଇବା, ଗରମରୁ ସୁରକ୍ଷା ଓ ମଧ୍ୟାହ୍ନ ସମୟରେ ବାହାରକୁ ନ ବାହାରିବା।

ଏହା ସହିତ, ଜିଲା ପ୍ରଶାସନ ସ୍ୱାସ୍ଥ୍ୟ ବିଭାଗ ସହିତ ମିଳିତ ଭାବେ ଜନସାଧାରଣଙ୍କ ମଧ୍ୟରେ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରିଛି। ସ୍ଥାନୀୟ ଅଞ୍ଚଳରେ ଶୀତଳ ପାନୀୟ ଜଳ ବଣ୍ଟନ ଓ ସାମୟିକ ଶୀତଳ ଆଶ୍ରୟ କେନ୍ଦ୍ର ଖୋଲାଯାଇଛି। ଜିଲାପାଳ କହିଛନ୍ତି ଯେ, ପରିସ୍ଥିତି ଉପରେ ନଜର ରଖାଯାଉଛି ଏବଂ ଆବଶ୍ୟକ ହେଲେ ଅଧିକ ପଦକ୍ଷେପ ନିଆଯିବ। ଏହି ଘୋଷଣାକୁ ଅଭିଭାବକ ଓ ଶିକ୍ଷକ ମହଲରେ ସ୍ୱାଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri