ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ ଦାବି

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବିଶ୍ବହିନ୍ଦୁ ପରିଷଦ ଓଡ଼ିଶା ପ୍ରଦେଶର ଆହ୍ବାନକ୍ରମେ ବିଶ୍ବହିନ୍ଦୁ ପରିଷଦ ଭଞ୍ଜନଗର ଶାଖା ପକ୍ଷରୁ ମଙ୍ଗଳବାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ପ୍ରଦାନ କରାଯାଇଛି। ଏହି ଅବସରରେ
ବିଶ୍ବହିନ୍ଦୁ ପରିଷଦ, ବଜରଙ୍ଗ ଦଳ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ ଓ ସାଧାରଣ ଜନତା ଉପସ୍ଥିତ ଥିଲେ।
ଦାବିପତ୍ରରେ ଉଲ୍ଲେଖ କରାଯାଇଛି ଯେ, ୱାକଫ ବିଲ୍‌କୁ ନେଇ ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲାରେ ହିନ୍ଦୁ ମାନଙ୍କ ଉପରେ ନିର୍ଯ୍ୟାତନା ବଢୁଛି। ତେଣୁ ଅନେକ ପରିବାର ଘରଦ୍ୱାର ଛାଡ଼ି ଓଡ଼ିଶାରେ ଆସି ବସବାସ କଲେଣି। ଅନେକ ହିନ୍ଦୁ ଲୋକ ମୃତାହତ ହେଲେଣି। ତେଣୁ ପଶ୍ଚିମବଙ୍ଗ ସରକାରଙ୍କୁ ତୁରନ୍ତ ବରଖାସ୍ତ କରି ସେଠାରେ ରାଷ୍ଟ୍ରପତି ଶାସନ ଲାଗୁ କରିବା ପାଇଁ ବିଶ୍ବହିନ୍ଦୁ ପରିଷଦ ଘୁମୁସର ଜିଲା ପକ୍ଷରୁ ଦାବି କରାଯାଇଛି ।
ଏହି କାର୍ଯ୍ୟକ୍ରମରେ ବିଶ୍ବ ହିନ୍ଦୁ ପରିଷଦ ଘୁମୁସର ସାଂଗଠନିକ ଜିଲା ସମ୍ପାଦକ ବଟକୃଷ୍ଣ ପଣ୍ଡା, ଜିଲା ସଭାପତି ସୁଧୀର ନାୟକ ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମୁରଲୀଧର ପଣ୍ଡା ଏବଂ ଘୁମୁସର ଜିଲା ସଂଘ ଚାଳକ ବନମାଳୀ ଗୈାଡ, ପ୍ରଦୀପ କୁମାର ଆଚାର୍ଯ୍ୟଙ୍କ ସମେତ ରାମକୃଷ୍ଣ ପଣ୍ଡା, ଚନ୍ଦ୍ରକାନ୍ତ ଷଡ଼ଙ୍ଗୀ, ବାସୁଦେବ ନାୟକ, ଶରତ ସୁଆର, ବୁଲୁ ସାହୁ, ନିଳାଦ୍ରୀ ପ୍ରଧାନ, ଅଜୟ କୁମାର ମହାପାତ୍ର, ମାନସ କୁମାର ଜେନା, ନାରାୟଣ ନାୟକ, ଗୁପ୍ତେଶ୍ୱର ସୁବୁଦ୍ଧି ସମେତ ପ୍ରମୁଖ ଉପସ୍ଥିତ ରହି ଉପଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ। ଉପଜଲାପାଳ ତୁରନ୍ତ ଦାବିପତ୍ରଟିକୁ ରାଷ୍ଟ୍ରପତିଙ୍କ ନିକଟକୁ ପ୍ରେରଣ କରିବେ ବୋଲି ଆଶ୍ୱସନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri