ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂପର୍କରେ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି।

ଏହି ନିର୍ଦ୍ଦେଶ ଅନୁଯାୟୀ ଅଙ୍ଗନବାଡି କେନ୍ଦ୍ର, ଶିଶୁବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ରହିବ। ସୂଚନାଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲା ମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

ସୂଚନାଯୋଗ୍ୟ ଯେ ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଅପ୍ରେଲ ୨୩ ତାରିଖ ଠାରୁ ୫ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି । ତେବେ, ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri