ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସୁନିଶ୍ଚିତ କର:ଜିଲା ବିକାଶ ସମନ୍ବୟ-ତଦାରଖ କମିଟି ବୈଠକରେ ନିର୍ଦ୍ଦେଶ

ବରଗଡ,୨୩।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶନିବାର ଜିଲା ବିକାଶ ସମନ୍ବୟ ଏବଂ ମନିଟରିଂ କମିଟି ଦିଶାର ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବରଗଡ଼ ଲୋକସଭା ଏମପି ପ୍ରଦୀପ ପୁରୋହିତ ଅଧ୍ୟକ୍ଷତା କରିଥିଲେ।
ବୈଠକରେ ପ୍ରଥମ ସମ୍ପାନରେ ଏମ୍‌ପି ପୁରୋହିତ ପ୍ରଥମ ବୈଠକରେ ଆଲୋଚ୍ୟ ବିଷୟ ଅନୁଯାୟୀ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟ ସମୀକ୍ଷା କରି ଅସମ୍ପୂର୍ଣ୍ଣ କାର୍ଯ୍ୟ ଗୁଡ଼ିକୁ ଶୀଘ୍ର ସମାପ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ସୋହେଲାଠାରୁ ସୋନପୁର ପର୍ଯ୍ୟନ୍ତ ଜାତୀୟ ରାଜପଥ ନିର୍ମାଣ ପାଇଁ ଦୁଇ ହଜାର କୋଟି ଟଙ୍କାର ଅନୁଦାନ ଦେଇଥିବରୁ ଦିଶା କମିଟିର ସମସ୍ତ ସଦସ୍ୟ ତଥା ଜିଲାବାସୀଙ୍କ ତରଫରୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରୀୟ ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ଏବଂ ରାଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କୁ ସେ ଧନ୍ୟବାଦ ଅର୍ପଣ କରିଥିଲେ। ବୈଠକର ଦ୍ୱିତୀୟ ସମ୍ପାନରେ ପୁରୋହିତ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲାରେ ପାନୀୟଜଳ ଯୋଗାଣ ବ୍ୟବସ୍ଥା ବିଷୟରେ ପଚାରି ବୁଝି ରାଜ୍ୟ ସରକାରଙ୍କୁ ଅତିରିକ୍ତ ୨୦୦୦ ନଳକୂପ ଖନନ ପାଇଁ ପ୍ରସ୍ତାବ ଦେବା ସହିତ ଜିଲାର ସମସ୍ତ ଗ୍ରାମରେ ପାନୀୟଜଳ ଯୋଗାଣକୁ ତ୍ୱରାନ୍ବିତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ପୁରୋହିତ ନିର୍ଦ୍ଦେଶ ଦେଇଥିଲେ। ରାଶନ କାର୍ଡ ବଣ୍ଟନ ନିମନ୍ତେ ପଞ୍ଜୀକରଣ ବ୍ୟବସ୍ଥା ଓ ଉଜ୍ଜଳା ଗ୍ୟାସ ବିତରଣର ସ୍ଥିତି ସମୀକ୍ଷା କରି କୃଷି ଏବଂ କୃଷକ ସଶକ୍ତିକରଣ ନିମିତ୍ତ ଉପଲବ୍ଧ ବିଭିନ୍ନ ଯୋଜନା ତଥା ପ୍ରଧାନମନ୍ତ୍ରୀ ଉଜ୍ବଳା ଯୋଜନା, ପ୍ରଧାନମନ୍ତ୍ରୀ କୃଷି ସିଚାୟୀ ଯୋଜନା, ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା, ପରମ୍ପରାଗତ କୃଷି ବିକାଶ ଯୋଜନା, ମୃତ୍ତିକା ସ୍ବାସ୍ଥ୍ୟ କାର୍ଡ ବିତରଣ, ଉଦ୍ୟାନ, କୃଷି ଏଂ ମତ୍ସ୍ୟ ବିଭାଗର ସମସ୍ତ ଯୋଜନାର ପ୍ରଗତି, ଜଳସେଚନ ବ୍ୟବସ୍ଥାର ସୁଦୃଢ଼ିକରଣ, ଜାତୀୟ ସ୍ବାସ୍ଥ୍ୟ ମିଶନ, ମହିଳା ଓ ଶିଶୁ ବିକାଶ ବିଭାଗର ବେଟି ବଚାଓ ବେଟି ପଢାଓ, ସମନ୍ବିତ ଶିଶୁ ବିକାଶ ଯୋଜନା, ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା, ଶ୍ରମ ନିଯୁକ୍ତି ନିମିତ୍ତ ଦିନ ଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନା, ଦିନ ଦୟାଲ ଅନ୍ତୋଦୟ ଯୋଜନା, ସହ ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମନିଯୁକ୍ତି ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ସ୍ବଚ୍ଛ ଭାରତ ମିଶନ ଏଂ ସାମାଜିକ କଲ୍ୟାଣ ଓ ଭିତ୍ତିଭୂମିର ଉନ୍ନତି ନିମନ୍ତେ ଥିବା ଭିଭିନ୍ନ ଫ୍ଲାଗ୍‌ସିପ ପ୍ରୋଗ୍ରାମ, ଶକ୍ତି ଓ ପ୍ରଯୁକ୍ତିବିଦ୍ୟାର ଉନ୍ନତି ନିମନ୍ତେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ବର୍ତ୍ତମାନର ସ୍ଥିତି ଏବଂ ପ୍ରଗତି ବିଷୟରେ ଆଲୋଚନା କରି ସ୍ବାସ୍ଥ୍ୟ, ଶିକ୍ଷା, କୃଷି, ଜଙ୍ଗଲ, ଉଦ୍ୟାନ, ପୁର୍ତ୍ତ, ରାଜସ୍ବ, ପାନୀୟ ଜଳ ଯୋଗାଣ, ଏବଂ ଜଳ ସେଚନ ଭଳି ସମସ୍ତ ବିଭାଗର ଅଟକି ରହିଥିବା ଉନ୍ନୟନମୂଳକ କାର୍ଯ୍ୟ ଗୁଡିକୁ ଶୀଘ୍ର ସମାପ୍ତ କରିବାକୁ ନିର୍ଦ୍ଦେଶ ଦେଇ ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସମସ୍ତ ବିଭାଗ ତଥା ବିଭାଗୀୟ ଅଧିକାରୀ ସମନ୍ବୟ ରକ୍ଷା କରି କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଥିଲେ। ବୈଠକରେ ଜିଲାର ସମସ୍ତ ବ୍ଲକ ଚେୟାରମେନ ଏବଂ ପୌରାଧ୍ୟକ୍ଷା, ପୌରାଧ୍ୟକ୍ଷଙ୍କ ସମେତ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଅତାବିରା ନିହାର ରଞ୍ଜନ ମହାନନ୍ଦ, ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ, ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ଏବଂ ବିଜେପୁର ବିଧାୟକଙ୍କ ପ୍ରତିନିଧି ସୁରେଶ୍ୱର ଶତପଥିଙ୍କ ସମେତ ଜିଲାପାଳ ଆଦିତ୍ୟ ଗୋୟଲ ଏବଂ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା ଉପସ୍ଥିତ ରହି ସମସ୍ତ ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟ ସମୀକ୍ଷା କରିବା ସହିତ ଦୃଢ ପରିଶ୍ରମ କରି ଲୋକଙ୍କୁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ପହଞ୍ଚାଇବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Top 5 Beaches of Odisha: ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ସମୁଦ୍ର କୂଳ, ପିକନିକ୍‌ ପ୍ଲାନିଂ କରୁଥିଲେ ଜାଣି ନିଅନ୍ତୁ

ପୁରୀ ଓଡ଼ିଶାର ପୂର୍ବ ଉପକୂଳରେ ଅବସ୍ଥିତ ପୁରୀ ବେଳାଭୂମି। ଜଗନ୍ନାଥ ଧାମ ନିକଟରେ ଥିବା ଏହି ବେଳାଭୂମିର ସୌନ୍ଦର୍ଯ୍ୟ ଅବଲୋକନ କରିବାକୁ ଦୈନିକ ଲକ୍ଷଲକ୍ଷ ପର୍ଯ୍ୟଟକଙ୍କ...

ଜାଣିଛନ୍ତି କି ପେଟ୍ରୋଲ-ଡିଜେଲ ବି ହୁଏ ଏକ୍ସପାରୀ, ଏତିକି ଦିନ ଯାଏ ରଖିପାରିବେ…

ଅଧିକାଂଶ ଲୋକ ବିଶ୍ୱାସ କରନ୍ତି ଯେ ଥରେ ଟ୍ୟାଙ୍କରେ ଭର୍ତ୍ତି କରି କିମ୍ୱା କ୍ୟାନରେ ସଂରକ୍ଷଣ କରିଦେଲେ, ଇନ୍ଧନ ସବୁଦିନ ପାଇଁ ରହିଥାଏ। କିନ୍ତୁ ଏହା...

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri