ବିଭିନ୍ନ ଦାବି ନେଇ କ୍ଷେତ ମଜଦୁର ସଙ୍ଘର ବିକ୍ଷୋଭ

ଗଞ୍ଜାମ,୨୩।୪(ବିଦ୍ୟାଧର ସାହୁ ): ଓଡ଼ିଶା କ୍ଷେତ ମଜଦୁର ସଙ୍ଘ ପକ୍ଷରୁ ବିଭିନ୍ନ ଦାବିନେଇ ବ୍ଲକ ମୁଖ୍ୟ ଫାଟକ ସମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ ହୋଇଛି। ଏ ନେଇ ସଙ୍ଘର କର୍ମକର୍ତ୍ତା ବିଡିଓ ଅଚ୍ୟୁତାନନ୍ଦ ଯାନୀଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଥିଲେ । ବର୍ତ୍ତମାନ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମନମୁଖୀ ଶାସନ ତଥା ନିତ୍ୟ ଅପରିହାର୍ଯ୍ୟ ଜିନିଷର ଅହେତୁକ ମୂଲ୍ୟ ବୃଦ୍ଧି ହୋଇଛି। ଭାଜପା ସରକାର ଆସିଲେ ବାର୍ଦ୍ଧକ୍ୟ, ବିଧବା ଓ ଭିନ୍ନକ୍ଷମ ଭତ୍ତା ମାସିକ ତିନିହଜାର ବୃଦ୍ଧି, ତିନିଶହ ୟୁନିଟ ମାଗଣା ବିଜୁଳି ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ଏଯାବତ୍‌ ପ୍ରତିଶୃତି ପାଳନ କାହିଁକି କରୁନି ବୋଲି ସିପିଆଇଏମ ନେତା ତଥା ପୂର୍ବତନ ସରପଞ୍ଚ ଦିଲ୍ଲୀପ କୁମାର ଛୋଟରାୟ ପ୍ରଶ୍ନ କରିଥିଲେ। ରାଜ୍ୟରେ ପ୍ରାୟ ୭୦ ଭାଗ ଜମି ଭାଗ ଚାଷୀଙ୍କ ଦ୍ୱାରା ଚାଷ କରୁଛନ୍ତି କିନ୍ତୁ ଭାଗ ଚାଷୀ ପାଇଁ ସରକାରଙ୍କ ଆଇନଗତ ବ୍ୟବସ୍ଥା ନାହିଁ ବୋଲି ବରିଷ୍ଠ କ୍ଷେତ ମଜଦୁର ସଙ୍ଗ ପକ୍ଷରୁ ଅଭିଯୋଗ ହୋଇଛି । ବିକ୍ଷୋଭ ପ୍ରଦର୍ଶନ ବେଳେ କ୍ଷେତ ମଜଦୁର ସଙ୍ଘ ବ୍ଲକ ସଭାପତି ପଦ୍ମ ଚରଣ ପ୍ରଧାନ, ଦିଲ୍ଲୀପ କୁମାର ଛୋଟରାୟ, ପୂର୍ବତନ ସରପଞ୍ଚ ରାମଚନ୍ଦ୍ର ନାୟକ, ବିନାୟକ ସିଠ, ଗଙ୍ଗାଧର ରେଡି, ଖଲି ତରାଇ, ପ୍ରଫୁଲ୍ଲ ସ୍ବାଇଁ, କୃଷ୍ଣ ଗୌଡ଼, ଖଲି ସ୍ବାଇଁ, ତ୍ରିନାଥ ତରାଇଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri