ଆଜିଠାରୁ ବିଶ୍ୱବିଦ୍ୟାଳୟ, ମହାବିଦ୍ୟାଳୟରେ ଖରାଛୁଟି

ଭୁବନେଶ୍ୱର,୨୪।୪(ସୁଚିସ୍ମିତା ସାହୁ): ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ଏଥିରୁ ଛାତ୍ରୀଛାତ୍ରଙ୍କୁ ସୁରକ୍ଷା ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାରଠାରୁ ଉଚ୍ଚଶିକ୍ଷା ବିଭାଗ ଅଧୀନ ସମସ୍ତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି। ବିଭାଗର ଉପନିର୍ଦ୍ଦେଶକ ରଜତ କୁମାର ମାନସିଂହ ଏନେଇ ସମସ୍ତ ରେଜିଷ୍ଟ୍ରାର, ପିଜି କାଉନସିଲ୍‌ ଚେୟାରମ୍ୟାନ, ପ୍ରିନ୍ସିପାଲଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି। ଉକ୍ତ ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ, ସରକାରଙ୍କ ନିର୍ଦ୍ଦେଶାନୁସାରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକ ଛାତ୍ରୀଛାତ୍ରଙ୍କ ଲାଗି ଅନ୍ୟାଦେଶ ପର୍ଯ୍ୟନ୍ତ ବନ୍ଦ ରହିବ। ହେଲେ ଶିକ୍ଷକ ଓ ଅଣଶିକ୍ଷକମାନେ ନିୟମିତ ଭାବେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟକୁ ଆସିବେ। ସମସ୍ତ ଶିକ୍ଷକ ଓ ଅଣ-ଶିକ୍ଷକ କର୍ମଚାରୀ ସାଧାରଣ ଶିକ୍ଷା କ୍ୟାଲେଣ୍ଡର ଅନୁଯାୟୀ ନିୟମିତ ଭାବରେ କାର୍ଯ୍ୟାଳୟରେ ଯୋଗଦେବେ। ଚଳିତବର୍ଷର ସମସ୍ତ ପରୀକ୍ଷା କ୍ୟାଲେଣ୍ଡର ଅନୁସାରେ ଅନୁଷ୍ଠିତ ହେବ। ଯଦି କୌଣସି ଛାତ୍ର ଏହି ସମୟ ମଧ୍ୟରେ ହଷ୍ଟେଲରେ ରହିବାକୁ ଚାହାନ୍ତି, ତେବେ ସେମାନଙ୍କ ପାଇଁ ହଷ୍ଟେଲ ଖୋଲା ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ସ୍କୁଲ, କଲେଜକୁ ଛୁଟି ଘୋଷଣା କରାଯାଇଥିବାରୁ ବୁଧବାରଠାରୁ ଅଙ୍ଗନଓ୍ବାଡ଼ି, ଶିଶୁବାଟିକାଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି

ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri