Posted inରାଜ୍ୟ

ବାଲେଶ୍ୱରରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର,୨୪।୪: ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାରେ ଓଡ଼ିଶାର ୨ଜଣ ପୁଅ ମୃତ୍ୟୁବରଣ କରିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି ମରଶରୀର। ଏନେଇ ସାରା ଗାଁରେ ଶୋକାକୂଳ ପରିବେଶ ରହିଛି। ଗତକାଲି ରାତିରେ ମରଶରୀର ଜମ୍ମୁ-କଶ୍ମୀରରୁ ଆସି ଭୁବନେଶ୍ୱରରେ ପହଞ୍ଚିଥିଲା। ଭୁବନେଶ୍ବର ବିମାନବନ୍ଦରରେ ରାତି ପ୍ରାୟ ୧୨ଟା ୩୦ମିନିଟରେ ପହଞ୍ଚିଥିଲା ପ୍ରଶାନ୍ତଙ୍କ ମରଶରୀର।

ତେବେ ଏହାରି ଭିତରେ ବାଲେଶ୍ୱରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଶାନ୍ତଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ମୃତ ପ୍ରଶାନ୍ତଙ୍କ ପରିବାର ବର୍ଗଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଶାନ୍ତଙ୍କ ପରିବାରକୁ ୨୦ ଲକ୍ଷର ସହାୟତ ରାଶି ଘୋଷଣା। ଏଥିସହ ପ୍ରଶାନ୍ତଙ୍କ ସ୍ତ୍ରୀଙ୍କୁ ଚାକିରି ମିଳିବା ସହ ପୁଅର ପାଠପଢ଼ା ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ବାଲେଶ୍ୱର ଜିଲ୍ଲାର ଇସାଣି ଗାଁରେ ପହଞ୍ଚି ସ୍ୱର୍ଗତ ପ୍ରଶାନ୍ତ ଶତପଥିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କଶ୍ମୀରର ପେହଲଗାମ ଠାରେ ଉଗ୍ରପନ୍ଥୀଙ୍କ ଗୁଳିର ଶିକାର ହୋଇ ମୃତ୍ୟୁବରଣ କରିଥିବା ଓଡିଆ ପର୍ଯ୍ୟଟକ ପ୍ରଶାନ୍ତ ଶତପଥିଙ୍କ ମରଶରୀର ତାଙ୍କ ଗାଁ ମାଟି ବାଲେଶ୍ୱର ଜିଲ୍ଲାର ରେମୁଣା ବ୍ଲକର ଇସାଣି ଗାଁରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ସେଠାରେ ପହଞ୍ଚି ତାଙ୍କ ପାର୍ଥିବ ଶରୀରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ତାଙ୍କ ପରିବାର ସଦସ୍ୟମାନଙ୍କ ସହିତ ୨୦ ମିନିଟ୍ ସମୟ ଅତିବାହିତ କରିଥିଲେ।  ଏହାପରେ ମୁଖ୍ୟମନ୍ତ୍ରୀ ଶ୍ମଶାନକୁ ମଧ୍ୟ ଶେଷ ଦର୍ଶନ କରିଥିଲେ।

ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ତାଙ୍କ ପରିବାରର ଦୁଃଖ ଦେଖି ‘ମୁଁ ଗଭୀର ମର୍ମାହତ’। ପ୍ରଶାନ୍ତଙ୍କ ପରିବାର ପାଇଁ ସହାୟତା ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ୱର୍ଗତ ପ୍ରଶାନ୍ତଙ୍କ ନିକଟତମ ଆତ୍ମୀୟଙ୍କୁ ୨୦ ଲକ୍ଷ ଟଙ୍କା ସହାୟତା, ପତ୍ନୀଙ୍କ ପାଇଁ ନିଯୁକ୍ତି ଦିଆଯିବା ସହିତ ତାଙ୍କ ପୁଅର ପାଠପଢା ପାଇଁ ଆବଶ୍ୟକ ବ୍ୟବସ୍ଥା ରାଜ୍ୟ ସରକାର କରିବେ ।

ଏହି ଆତଙ୍କବାଦୀ ଘଟଣାର ତୀବ୍ରନିନ୍ଦା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଉଗ୍ରପନ୍ଥୀ ମାନଙ୍କ କାର୍ଯ୍ୟ ଅତ୍ୟନ୍ତ ଅମାନବୀୟ ଓ କାପୁରୁଷୋଚିତ। ମୋଦୀଜୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଏହା ଉପରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri