Posted inଜାତୀୟ

ଆଉ ଏକ କଠୋର କାର୍ଯ୍ୟାନୁଷ୍ଠାନ ନେଲା ଭାରତ, ଏବେ ପାକିସ୍ତାନ ସରକାରଙ୍କ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆକ୍ରମଣ ପରେ ଭାରତ ସରକାର ଆଉ ଏକ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏବେ ପାକିସ୍ତାନ ସରକାରଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମର X ହ୍ୟାଣ୍ଡେଲ ଭାରତରେ ଦେଖାଯିବ ନାହିଁ। କାରଣ ଏହି ସରକାରୀ ଆକାଉଣ୍ଟଟିକୁ ବ୍ୟାନ୍‌ କରାଯାଇଛି।

ସୂଚନାଯୋଗ୍ୟ, ଏପ୍ରିଲ ୨୨ ମଙ୍ଗଳବାର ଅପରାହ୍ନରେ କିଛି ଆତଙ୍କବାଦୀ ଭାରତର ସ୍ବିଜରଲ୍ୟାଣ୍ଡ କୁହାଯାଉଥିବା ବୈସାରନରେ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ କରିଥିଲେ। ପହଲଗାମରୁ ଅଳ୍ପ ଦୂରରେ ଅବସ୍ଥିତ ବୈସାରନରେ, ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ନାମ ଏବଂ ଧର୍ମ ପଚାରିବା ପରେ ସେମାନଙ୍କୁ ଗୁଳି କରିଥିଲେ। ଏହି ଆତଙ୍କବାଦୀ ଆକ୍ରମଣରେ ୨୭ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିଲା। ଏହି ଆକ୍ରମଣରେ ୩ ଜଣ ଆତଙ୍କବାଦୀ ପାକିସ୍ତାନୀ ଥିବାର ପ୍ରମାଣ ଅଛି। ଏହି ସମୟରେ, ସରକାର ପାକିସ୍ତାନ ବିରୋଧରେ କଠୋର ନିଷ୍ପତ୍ତି ନେବା ଆରମ୍ଭ କରିଛନ୍ତି। ସରକାର ସିନ୍ଧୁ ଜଳ ଚୁକ୍ତିନାମାକୁ ମଧ୍ୟ ବର୍ତ୍ତମାନ ପାଇଁ ବନ୍ଦ କରିଦେଇଛନ୍ତି। ଗତକାଲି ସାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି ଏହି ନିଷ୍ପତ୍ତି ନେଇଛି।

ଏବେ ପାକିସ୍ତାନ ସରକାରଙ୍କ ସରକାରୀ X ହ୍ୟାଣ୍ଡେଲକୁ ବନ୍ଦ କରିଦିଆଯାଇଛି। କେବଳ ଏତିକି ନୁହେଁ, ପାକିସ୍ତାନୀ ଦୂତାବାସରେ ଥିବା ଭାରତୀୟ ପରାମର୍ଶଦାତାମାନଙ୍କୁ ମଧ୍ୟ ତୁରନ୍ତ ପ୍ରଭାବରୁ ବହିଷ୍କାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri