ଲିଫ୍ଟରେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ, ମେଡିକାଲରେ ଉତ୍ତେଜନା, ପୋଲିସ ମୁତୟନ

ଭଦ୍ରକ,୨୪।୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ଲିଫ୍ଟରେ ଚାପି ହୋଇ ଜଣେ ମହିଳା ରୋଗୀଙ୍କ ମୃତ୍ୟୁ ଘଟିଛି l ଘଟଣାକୁ ନେଇ ମେଡିକାଲ ପରିସରରେ ଉତ୍ତେଜନା ସୃଷ୍ଟି ହୋଇଛି l ଘଟଣାସ୍ଥଳରେ ଟାଉନ ପୋଲିସ ମୁତୟନ ରହିଛନ୍ତି।

ସୂଚନା ମୁତାବକ, ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ରାନ୍ଦିଆ ପଞ୍ଚାୟତ ନରସିଂହପୁର ଗ୍ରାମର ମିନତୀ ପରିଡାଙ୍କ ଥଣ୍ଡା ଜ୍ୱର ହୋଇଥିବାରୁ ପରିବାରଲୋକେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆମ୍ବୁଲାନ୍ସରେ ଆଣିଥିଲେ l ମେଡିଶିନ ବିଭାଗର ୨ ମହଲାରେ ଥିବା ମହିଳା ୱାର୍ଡରେ ସେ ଆଡମିଶନ ହୋଇଥିଲେ l ଡାକ୍ତର ଦେଖିବା ପରେ କଟକ ସ୍ଥାନାନ୍ତର ପାଇଁ କହିଥିଲେ l ଲିଫ୍ଟରେ ଆସିବା ପାଇଁ ଲିଫ୍ଟକୁ ଯାଉଥିବା ବେଳେ ହଠାତ ଲିଫ୍ଟ ଉପରକୁ ଉଠିଥିଲା l ଫଳରେ ମିନତୀ ଚାପି ହୋଇ ଯାଇଥିଲେ l ସାଙ୍ଗରେ ଥିବା ତାଙ୍କ ବୋହୁ ଅଳ୍ପକେ ବର୍ତ୍ତିଯାଇଥିଲେ l ଲିଫ୍ଟରେ କୌଣସି ଷ୍ଟାଫ ନ ଥିବାରୁ ଏପରି ଆଘଟଣ ଘଟିଥିଲା l ଏହାକୁ ନେଇ ମେଡିକାଲରେ ଉତ୍ତେଜନା ପ୍ରକାଶ ପାଇଛି l ତାଙ୍କ ପରିବାର ପକ୍ଷରୁ ଲିଫ୍ଟ ଷ୍ଟାଫଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ସହ କ୍ଷତିପୂରଣ ଦାବି କରାଯାଇଛି l ଟାଉନ ଥାନାଧିକାରୀ ପ୍ରଭାଂଶୁ ମିଶ୍ରଙ୍କ ନେତୃତ୍ୱରେ ପୋଲିସ ମୁତୟନ ରହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri