ମୁଣ୍ଡରେ ଲଗାଇଲେ ବନ୍ଧୁକ, ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ଉଦଳା,୨୪ା୪(ସନ୍ତୋଷ କୁମାର ବାଛିନି): ଆସିଲେ ବିଚ୍‌ ରାସ୍ତାରେ ବାଇକ୍‌ ଅଟକାଇ ମୁଣ୍ଡରେ ଲଗାଇଲେ ବନ୍ଧୁକ। ଆଉ ଲୁଟିନେଲେ ୩୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଅଳଙ୍କାର। ଏଭଳି ଘଟଣା ଘଟିଛି ଉଦଳା-ବାରିପଦା ରାଜ୍ୟ ରାଜପଥର ଖୁଣ୍ଟା ଥାନା ବାଲିମୁଣ୍ଡଳୀ ଛକ ନିକଟରେ। ବାସିପିଠା ଅଞ୍ଚଳରେ ମହାଲକ୍ଷ୍ମୀ ଅଳଙ୍କାର ନାମକ ଗହଣା ଦୋକାନ କରିଥିବା ସୁନ୍ଦର ନାରାୟଣ ସାହୁ ବୁଧବାର ରାତିରେ ଦୋକାନ ବନ୍ଦ କରି ନିଜ ଘର ଖୁଣ୍ଟାକୁ ବାଇକ୍‌ ଯୋଗେ ଫେରୁଥିଲେ। ଦୋକାନର ସୁନା ଅଳଙ୍କାର ବ୍ୟାଗ୍‌ରେ ନେଇ ଆସୁଥିବା ବେଳେ ୨ଟି ବାଇକ୍‌ରେ ୪ ଜଣ ଲୁଟେରା ତାଙ୍କୁ ଫଲୋ କରି ଆସିବା ସହିତ ବାଲିମୁଣ୍ଡଳୀ ଛକ ନିକଟରେ ଗାଡ଼ିକୁ ଗୋଇଠା ମାରି ସୁନା ଦୋକାନୀଙ୍କୁ ତଳେ ପକାଇ ଦେଇଥିଲେ। ମୁଣ୍ଡରେ ବନ୍ଧୁକ ଲଗାଇ ସୁନା ବ୍ୟାଗ୍‌ ମାଗିଥିଲେ। ଗହଣା ଦୋକାନୀ ସୁନ୍ଦର ସେଠାରୁ ଖସି ବ୍ୟାଗ ଗହଣା ଭର୍ତ୍ତି ବ୍ୟାଗ୍‌ ଧରି ଦୌଡ଼ି ପଳାଉଥିବା ସମୟରେ ୨ ଜଣ ମୁଖା ପିନ୍ଧା ଲୁଟେରା ତାଙ୍କୁ ଧକ୍କା ମାରି ତାଙ୍କ ନିକଟରୁ ବ୍ୟାଗ୍‌ ଛଡ଼ାଇ ନେଇ ଚମ୍ପଟ ମାରିଥିଲେ। ଉକ୍ତ ଗହଣା ବ୍ୟାଗ୍‌ରେ ୩୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଅଳଙ୍କାର ରହିଥିବାବେଳେ ଲୁଟେରାଙ୍କ ଆକ୍ରମଣରେ ଗହଣା ଦୋକାନୀଙ୍କ ଶରୀରରେ କ୍ଷତ ମଧ୍ୟ ଲାଗିଛି। ଏ ନେଇ ଖୁଣ୍ଟା ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ନିଛାଟିଆ ସ୍ଥାନ ଦେଖି ଦୁର୍ବୃତ୍ତମାନେ ଆକ୍ରମଣ କରିଥିବା ବେଳେ ପୂର୍ବରୁ ମଧ୍ୟ ଗହଣା ବ୍ୟବସାୟୀଙ୍କ ଉପରେ ନଜର ରଖିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ...

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri