ଜାତୀୟ ପଞ୍ଚାୟତିରାଜ ଦିବସ: ୮୨ ପଞ୍ଚାୟତକୁ ପ୍ରୋତ୍ସାହନ ରାଶି ବଣ୍ଟନ

ଛତ୍ରପୁର,୨୪ା୪(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ଛତ୍ରପୁରଠାରେ ଗୁରୁବାର ପାଳିତ ହୋଇଯାଇଛି। ଜିଲା ପ୍ରଶାସନ ତରଫରୁ ଆୟୋଜିତ ସମାରୋହ ପ୍ରାରମ୍ଭରେ ଜମ୍ମୁ କଶ୍ମୀରର ପହଲଗାମ୍‌ରେ ଆତଙ୍କବାଦୀଙ୍କ ଆକ୍ରମଣରେ ନିହତ ୨୬ଜଣଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରାଯାଇଥିଲା। ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ କହିଥିଲେ ଯେ, ଗଣତାନ୍ତ୍ରିକ ରାଷ୍ଟ୍ରର ମୂଳ ଲକ୍ଷ୍ୟ ହେଲା ନାଗରିକ ହାତରେ କ୍ଷମତା ଓ ଅଧିକାର ନ୍ୟସ୍ତ କରି ଏକ ଶ୍ରେଣୀହୀନ ରାଷ୍ଟ୍ର ଗଠନ କରିବା । ଗ୍ରାମାଞ୍ଚଳର ବିକାଶ ତଥା ସର୍ବବିଧ ଉନ୍ନତି ସାଧନ ଏହାର ଅନ୍ୟତମ ପ୍ରଧାନ ଲକ୍ଷ୍ୟ । ସ୍ଥାନୀୟ ଅଞ୍ଚଳର ବିକାଶ ନିମନ୍ତେ ଶିକ୍ଷା ବ୍ୟବସ୍ଥା ଉନ୍ନତୀକରଣ ସକାଶେ ବର୍ତ୍ତମାନ ୨ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ପ୍ରତି ପଞ୍ଚାୟତକୁ ଯୋଗାଯୋଗ ନିମନ୍ତେ ସଡକ ନିର୍ମାଣ ହୋଇଛି। ଜିଲାରୁ ବାହାର ରାଜ୍ୟକୁ ଅଧିକାଂଶ ଲୋକ ଦାଦନ ଖଟିବାକୁ ଯାଉଛନ୍ତି । ତେଣୁ ଜିଲାରେ ଶିଳ୍ପର ବିକାଶ ହେବ ବୋଲି କହିଥିଲେ । ଜିଲା ପରିଷଦ ଉପାଧ୍ୟକ୍ଷା ଏସ. ରାଜେଶ୍ବରୀ ଦୋରା ଜିଲାର ଯେତେ ସବୁ ଅସୁବିଧା ଅଛି ସରକାରଙ୍କ ଦୃଷ୍ଟିକୁ ଆଣି ତାହାର ସମାଧାନ କରାଇବା ଓ ଲୋକମାନଙ୍କ ନିକଟରେ ସରକାରଙ୍କ ସମସ୍ତ ଯୋଜନା ପହଞ୍ଚାଇ ପାରିଲେ ଆମ ଦେଶ ଉନ୍ନତି ପଥରେ ଆଗେଇ ଚାଲିବ ବୋଲି କହିଥିଲେ। ଛତ୍ରପୁର ବ୍ଲକ ଉପାଧ୍ୟକ୍ଷା ଏସ. ଶାରଦା ରେଡ୍ଡୀ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ମଧୁମିତା ପ୍ରମୁଖ ମଞ୍ଚାସୀନ ଥିଲେ । ଉପନିର୍ଦ୍ଦେଶକ (ଦକ୍ଷିଣାଞ୍ଚଳ) ସୂଚନା ଓ ଲୋକସମ୍ପର୍କ ବିଭାଗ ରବି ନାରାୟଣ ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏହି ଅବସରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବିଭିନ୍ନ ପଞ୍ଚାୟତର ହିତାଧିକାରୀମାନଙ୍କୁ ରାଶନ କାର୍ଡ ବଣ୍ଟନ କରାଯାଇଥିଲା । ପଞ୍ଚମ ରାଜ୍ୟ ଅର୍ଥ ଆୟୋଗ ଅନୁଦାନରେ ଜିଲାର ୮୨ଟି ଗ୍ରାମ ପଞ୍ଚାୟତକୁ କାର୍ଯ୍ୟ ଦକ୍ଷତାରେ ଶ୍ରେଷ୍ଠତା ପ୍ରତିପାଦନ, ନିଜସ୍ବ ଆୟ ବୃଦ୍ଧି ତଥା ପଞ୍ଚାୟତର ସର୍ବାଙ୍ଗୀନ ବିକାଶରେ ନିରନ୍ତର ପ୍ରୟାସ କରିଥିବା ହେତୁ ସରପଞ୍ଚମାନଙ୍କୁ ପ୍ରୋତ୍ସାହନ ରାଶି ବଣ୍ଟନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri