ଅଧିକ ଯୌତୁକ ଦାବି କରି ନିର୍ଯ୍ୟାତନା , ଥାନାରେ ଏତାଲା

ହିଞ୍ଜିଳିକାଟୁ, ୨୪।୪(ଦ୍ବିତୀକୃଷ୍ଣ ପଣ୍ଡା): ବିବାହର ୧ ମାସ ପରେ ଅଧିକ ଯୌତୁକ ଦାବି କରି ଶାଶୁ ଓ ଦିଅର ମିଶି ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେଇ ଆସୁଥିବା ଅଭିଯୋଗ ହୋଇଛି। ଅଭିଯୋଗ ପ୍ରକାରେ, ହିଞ୍ଜିଳି ଥାନା ପଥରପୁଞ୍ଜି ଗ୍ରାମର କାଜି ଜେନାଙ୍କ ଝିଅ ପୂର୍ଣ୍ଣିମା ଦାସଙ୍କ ସହ ଆଡପଡା ଗ୍ରାମର ବିଜୟ ଦାସଙ୍କ ପୁଅ ଜିଲୁ ଦାସଙ୍କର ୨୦୨୨ ମସିହା ଏପ୍ରିଲ ୨ ତାରିଖରେ ବାହାଘର ହୋଇଥିଲା। ବିବାହ ସମୟରେ ବରଘରକୁ ଦାବି ମୁତାବକ ୫୫ ହଜାର ଟଙ୍କା, ମୋଟର ସାଇକେଲ ସହ ଅନ୍ୟାନ୍ୟ ଘରକରଣା ସାମଗ୍ରୀ ପ୍ରଦାନ କରାଯାଇଥିଲା। ବାହାଘରର ୧ ମାସ ପରେ ଅଧିକ ଯୌତୁକ ଦାବି କରି ଶାଶୁ ରେଣୁ ଦାସ ଓ ଦିଅର ଫିଲୁ ଦାସ ବିଭିନ୍ନ ସମୟରେ ପୂର୍ଣ୍ଣିମାଙ୍କୁ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେଇ ଆସୁଥିଲେ। ଏ ସମ୍ପର୍କରେ ମହିଳା ଜଣଙ୍କ ସ୍ବାମୀଙ୍କୁ କହିଥିଲେ ମଧ୍ୟ ସେ ଏଥିପ୍ରତି କର୍ଣ୍ଣପାତ କରିନଥିଲେ। ୨୧ ତାରିଖ ରାତିରେ ଶାଶୁ ଓ ଦିଅର ମିଶି ଅଧିକ ଯୌତୁକ ଦେବାକୁ ଦାବି କରିଥିଲେ। ଅଧିକ ଯୌତୁକ ଦେବାକୁ ବାପାଘର ଲୋକେ ଅସମର୍ଥ ବୋଲି ପୂର୍ଣ୍ଣିମା କହିବାରୁ ଶାଶୁ ଓ ଦିଅର ଦୁହେଁ ମିଶି ମହିଳାଙ୍କୁ ମାଡ ମାରିଥିଲେ। ପରେ ଦିଅର ଫିଲୁ ମହିଳାଙ୍କୁ ଅସଦାଚରଣ କରିବା ସହ ଘଟଣା ସମ୍ପର୍କରେ କାହାକୁ ଜଣାଇଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ ବୋଲି ମହିଳା ଜଣଙ୍କ ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନାରେ କେସ ନଂ- ୩୩୨/୨୫ ରେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ କରୁଥିବା ଥାନା ଆଇଆଇସି ଶ୍ରୀନିବାସ ସେଠି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri