ନବ ଦାସ ହତ୍ୟା ଘଟଣା: ଗୋପାଳଙ୍କ ପୂର୍ବ କଲ୍‌ ହିଷ୍ଟ୍ରି ଖୋଲିଲା କ୍ରାଇମବ୍ରାଞ୍ଚ

ବ୍ରହ୍ମପୁର,୨୫ା୪(ସୁବାସ ଚନ୍ଦ୍ର ପାଢ଼ୀ):ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଗୋପାଳ ଦାସଙ୍କ ପୁରୁଣା କଲ୍‌ ଡିଟେଲ ଖୋଲିଛି କ୍ରାଇମବ୍ରାଞ୍ଚ।

ବୈଦ୍ୟନାଥପୁର ଥାନାରେ କ୍ରାଇମବ୍ରାଞ୍ଚର ତିନି ଜଣିଆ ଟିମ୍‌ । ଅତିରିକ୍ତ ଏସ୍‌ପି ବିଜୟ କୁମାର ମଲ୍ଲିକଙ୍କ ନେତୃତ୍ୱରେ ତଦନ୍ତ ଜାରି ରଖିଛି ଟିମ୍‌। ଶୁକ୍ରବାର ଗୋପାଳ ଦାସ ଗୁଳିକାଣ୍ଡ କରିବା ପୂର୍ବରୁ ଯେଉଁମାନଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ସେମାନଙ୍କୁ ପଚରାଉଚରା କରାଯିବ। ଘଟଣା ପୂର୍ବରୁ ବ୍ରହ୍ମପୁରର କିଛି ଜଣଙ୍କ ସହ ଗୋପାଳ କଥା ହୋଇଥିବା ନେଇ ତଦନ୍ତରେ ଜଣାପଡ଼ିଥିଲା। ଗତ ୨୩ ତାରିଖରୁ ତିନି ଜଣିଆ ଟିମ୍‌ ଆସି ପଚରାଉଚରା କରୁଥିବା ନେଇ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚର ଅତିରିକ୍ତ ଏସ୍‌ପି ବିଜୟ କୁମାର ମଲ୍ଲିକ। ଗୁରୁବାର ଗୋପାଳ ଦାସଙ୍କ ପରିବାର ଲୋକଙ୍କୁ ପଚରାଉଚରା କରିଥିବା ବେଳେ ଶୁକ୍ରବାର ମଧ୍ୟ ସେମାନଙ୍କୁ ପଚରାଉଚରା କରୁଛି କ୍ରାଇମବ୍ରାଞ୍ଚ।

ଘଟଣାରୁ ପ୍ରକାଶ ଯେ, ବହୁ ଚର୍ଚ୍ଚିତ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ପୁନଃତଦନ୍ତ କରୁଛି କ୍ରାଇମବ୍ରାଞ୍ଚ। ଟିମ୍‌ କିଛି ଦିନ ଝାରସୁଗୁଡ଼ା ଖୋଳତାଡ଼ କରିବା ପରେ ବ୍ରହ୍ମପୁର ଆସିଛ। ଗୋପାଳଙ୍କ ଭାଇ, ପୁଅ ଓ ପୁତୁରାଙ୍କୁ ଜେରା କରାଯାଇ ଥିବା ସୂଚନା। ଏହି ମାମଲାରେ ପୂର୍ବରୁ ଗୋପାଳଙ୍କ ଭାଇ, ପୁତୁରା, ପୁଅ ଓ ସ୍ତ୍ରୀ’ଙ୍କ ବୟାନ ରେକର୍ଡ କରାଯାଇଥିଲା। କିନ୍ତୁ ହତ୍ୟାକାଣ୍ଡ ପଛରେ ଛପି ରହିଥିବା ଷଡ଼ଯନ୍ତ୍ର ସମ୍ପର୍କିତ ଅନେକ ଉପାଦେୟ ପ୍ରଶ୍ନକୁ ନେଇ ତଦନ୍ତକାରୀ ଟିମ୍‌ ଏବେ ସେ ସବୁ ଦିଗକୁ ନେଇ ପୁଣି ଥରେ ପଚରାଉଚରା କରିଛନ୍ତି। ଗତ ଦୁଇ ଦୁଇଦିନ ଭିତରେ ୫ଜଣଙ୍କୁ ପଚରାଉଚରା କରାଯାଇଛି ଏବଂ ସେମାନଙ୍କ ବୟାନମଧ୍ୟ ରେକର୍ଡ କରାଯାଇଛି। ଗୋପାଳଙ୍କ ଭାଇ ସତ୍ୟ ନାରାୟଣଙ୍କ ବୟାନ ରେକର୍ଡ କରାଯାଇଛି। ସତ୍ୟନାରାୟଣ ଝାରସୁଗୁଡ଼ାରେ ହୋଟେଲ କରିଥିଲେ। କିନ୍ତୁ ହତ୍ୟାକାଣ୍ଡ ପୂର୍ବରୁ ସେ ହୋଟେଲ ବନ୍ଦ କରିବା ସହ ଝାରସୁଗୁଡ଼ା ଛାଡ଼ିଥିଲେ। ସେହିପରି ଗୋପାଳଙ୍କ ପୁତୁରା ପ୍ରଦୀପ ଦାସକୁ ପଚରାଉଚରା କରାଯାଇଥିଲା। ଏଥିସହ ଗୋପାଳଙ୍କ ପୁଅ ମନୋଜର ମଧ୍ୟ ବୟାନ ରେକର୍ଡ କରାଯାଇଛ। ବ୍ରହ୍ମପୁରର ଟାଉନ ଥାନାକୁ ଡାକି ପଚରାଉଚରା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri