ଅପମିଶ୍ରିତ ଦେଶୀମଦ ଜବତ ଘଟଣା: ଫେରାର ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୨୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରୁ ଫେରାର ଥିବା ଚୋରାମଦ ମାଫିଆ ତ୍ରିଲୋଚନ ସାହୁଙ୍କୁ ଶୁକ୍ରବାର ସକାଳେ କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌ଆଇ ଜଗବନ୍ଧୁ ବାର୍ଲା ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୧୨୮/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ୧୭ ତାରିଖ ସାରେ କେ.ନୂଆଗାଁ ଥାନା ଏଏସ୍‌ଆଇ ସିଏଚ୍‌.ତାରକେଶ୍ୱର ରାଓ ସଦଳବଳେ ଚାନ୍ଦପୁର, ପତ୍ରଚୁଡ଼ି ଇଲାକାରେ ପାଟ୍ରୋଲିଂ କରୁଥିବା ବେଳେ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ପୋଖରୀ ନିକଟରେ ତ୍ରିଲୋଚନ ଏବଂ ଅନ୍ୟ କିଛି ବ୍ୟକ୍ତି ବେଆଇନ ଭାବେ ଅପମିଶ୍ରିତ ଦେଶୀମଦ ବିକ୍ରି କରୁଥିବା ଖବର ପାଇଥିଲେ। ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଚଢାଉ କରିବା ବେଳେ ଅଭିଯୁକ୍ତ ତ୍ରିଲୋଚନ ଏବଂ କୃଷ୍ଣ ପାଇକଙ୍କ ସମେତ ଉପସ୍ଥିତ ଥିବା କିଛି ବ୍ୟକ୍ତି ଦୌଡ଼ି ପଳାଇଥିଲେ। ପୋଲିସ ସେମାନଙ୍କୁ ଧରିବା ପାଇଁ ପିଛା କରିଥିଲେ ମଧ୍ୟ ଅନ୍ଧାର ରାତିର ସୁଯୋଗ ନେଇ ସେମାନେ ଖସି ଯାଇଥିଲେ। ଏଏସଆଇ ସେଠାରୁ ଧଳାରଙ୍ଗର ୩ ଟି ପ୍ଲାଷ୍ଟିକ ଜାରକିନରେ ଥିବା ୩୦ ଲିଟର ଅପମିଶ୍ରିତ ଦେଶୀମଦ ଜବତ କରିଥିଲେ। କିଛି ସାକ୍ଷ୍ୟଙ୍କ ଉପସ୍ଥିତିରେ ପରୀକ୍ଷା ନିମନ୍ତେ ଜବତ ମଦରୁ ନମୁନା ସଂଗ୍ରହ କରି ଫେରିବା ସହ ଏ ନେଇ ସେ କେ.ନୂଆଗାଁ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ ଅଭିଯୁକ୍ତ ଦ୍ବୟଙ୍କ ନାଁରେ ମକଦ୍ଦମା ରୁଜୁ କରି ନୂଆପଡ଼ା ଫାଣ୍ଡି ଅଧିକାରୀଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ତ୍ରିଲୋଚନ ପୋଲିସ ନିକଟରେ ନିଜ ଦୋଷସ୍ବୀକାର କରିବା ପରେ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ବେଳେ ଫେରାର ଥିବା ଅନ୍ୟ ଅଭିଯୁକ୍ତ ମାନଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri