ଜଳକଷ୍ଟ ଭୋଗୁଛନ୍ତି ଗୁମୁରିଖୋଲ ଗ୍ରାମବାସୀ

ଖଜୁରିପଡ଼ା,୨୫ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପୀରିକୁଡି ପଞ୍ଚାୟତ ଗୁମୁରିଖୋଲ ଗ୍ରାମବାସୀ ବୈଶାଖ ମାସରେ ଜଳକଷ୍ଟ ଭୋଗୁଛନ୍ତି। ଏହି ଗାଁରେ ପିଇବା ପାଣି ଏକ ପ୍ରମୁଖ ସମସ୍ୟା ବୋଲି ଲୋକମାନେ କହିଛନ୍ତି। ଏହି ସମସ୍ୟା ଦୂର କରିବା ପାଇଁ କିଛି ବର୍ଷ ପୂର୍ବେ ଗାଁରେ ପାନୀୟ ଜଳ ବିଭାଗ ପକ୍ଷରୁ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ କରି ପିଇବା ପାଣି ଯୋଗାଇ ଦିଆଯାଉଥିଲା। ପାଣି ଉଠା ଯାଉଥିବା କୂଅରେ ଯଥେଷ୍ଟ ପାଣି ବାହାରୁ ନ ଥିବାରୁ କିଛି ସମୟ ଆସି ବନ୍ଦ ହୋଇଯାଏ। ଯାହା ଫଳରେ ଗ୍ରାମବାସୀ ନିୟମିତ ପାଣି ପାଇବାରୁ ବଞ୍ଚିତ ହୁଅନ୍ତି। ଏ ନେଇ ଗ୍ରାମବାସୀ ଅଭିଯୋଗ କଲା ପରେ ଆଉ ଗୋଟେ କୂଅ ଖୋଳା ହେଲା। କିନ୍ତୁ ସେହି କୂଅ ଅଧା ନିର୍ମାଣ ହୋଇ ପଡ଼ିରହିଛି। ସେଥିରେ ବିଦ୍ୟୁତ୍‌ ସଂଯୋଗ ହୋଇନାହିଁ। ଲାଇନ ଖୁମ୍ବ ପୋତା ଯାଇଛି। କିନ୍ତୁ ତାର ଟଣା ହୋଇ ନାହିଁ। ଏବେ ବୈଶାଖ ମାସ ତାପମାତ୍ରା ବଢ଼ିବା ସହିତ ଖରା ଗରମ ଗୁଳୁଗୁଳି ଦିନକୁଦିନ ବଢ଼ି ଯାଉଛି। ନଦୀ ନାଳ ଚୁଆ ସବୁ ଶୁଖି ଆସିଲାଣି। ଏହି ପରିପ୍ରେକ୍ଷୀରେ ଗୁମୁରିଖୋଲା ସମେତ ସାକାଡ଼ି ଗ୍ରାମବାସୀ ପାଣି ଟୋପେ ପାଇଁ ଡହଳ ବିକଳ ହେଉଥିବା ଶ୍ରବଣ କୁମାର ବେହେରା, ସୁମନ ବେହେରା, ଜଗବନ୍ଧୁ ବେହେରା, ଗୋକୁଳ ବେହେରା, ପ୍ରମୋଦ ମଲ୍ଲିକ, କୃଷ୍ଣ ଚନ୍ଦ୍ର ମଲ୍ଲିକ ପ୍ରମୁଖ କହିଛନ୍ତି। ଏନେଇ ବିଭାଗୀୟ ଯନ୍ତ୍ରୀ ଚନ୍ଦ୍ର ବେହେରା କହିଛନ୍ତି ଏହା ଉପରେ ତଦନ୍ତ କରି ପାଣି ସମସ୍ୟା ଦୂରୀକରଣ ଉପରେ ଶୀଘ୍ର ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri