ନବନିର୍ମିତ ପାର୍କ: ପୂର୍ବରୁ ଉଦ୍‌ଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ଆଉ ଏବେ ବିଧାୟକ

ଦିଗପହଣ୍ଡି,୨୫।୪(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମ୍ବାରି ଗାଁ ନିକଟ ଘୋଡାହାଡ ଡ୍ୟାମର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉନ୍ନତିକରଣ ପ୍ରକଳ୍ପ ଓ ଜଳସମ୍ପଦ ବିଭାଗ ପକ୍ଷରୁ ନବନିର୍ମିତ ପାର୍କକୁ ଶୁକ୍ରବାର ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଉଦ୍‌ଘାଟନ କରିଛନ୍ତି। ଚିକିଟି ଜଳସମ୍ପଦ ବିଭାଜନ ଆନୁକୂଲ୍ୟରେ ୧ କୋଟି ୯୫ ଲକ୍ଷ ୫୫ ହଜାର ୫୧୦ ଟଙ୍କା ବ୍ୟୟ ରେ ଏହି ପାର୍କର ନିର୍ମାଣ କାର୍ଯ୍ୟ ୧୦ ଅପ୍ରେଲ ୨୦୨୩ ରେ ଆରମ୍ଭ ହୋଇ ୯ ମାର୍ଚ୍ଚ ୨୦୨୪ ରେ ଶେଷ ହୋଇଥିଲା। ପୂର୍ବରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଗତ ମାର୍ଚ୍ଚ ୮ରେ ଆଭାସୀ ମାଧ୍ୟମରେ ଏହାର ଉଦ୍‌ଘାଟନ ହୋଇଥିଲେ ମଧ୍ୟ ଗତ ୧୭ ରେ ବିଧାୟକଙ୍କ ଦ୍ବାରା ପୁଣିଥରେ ଉଦ୍‌ଘାଟନ ହେବାକୁ ତାରିଖ ଧାର୍ଯ୍ୟ ହୋଇଥିଲା । କିନ୍ତୁ ଉଦ୍‌ଘାଟନ ପୂର୍ବରୁ କିଛି ଦୁର୍ବୃତ୍ତ ଉଦ୍‌ଘାଟନ ଫଳକକୁ ଭାଙ୍ଗି ଦିଆଯାଇଥିଲା। ଫଳରେ ବିଧାୟକ ଦ୍ୱାରା ଉଦ୍‌ଘାଟନ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଥିଲା। ଶୁକ୍ରବାର ମଧ୍ୟାହ୍ନରେ ଚିକିଟି ଜଳସମ୍ପଦ ବିଭାଜନ ଅଧିକ୍ଷଣ ଯନ୍ତ୍ରୀ ଇଂ. ସୁବ୍ରତ ପଟ୍ଟନାୟକ, ଜିଲା ପରିଷଦ ସଦସ୍ୟ ରାଧାକାନ୍ତ ମହାଙ୍କୁଡ, ସ୍ଥାନୀୟ ସରପଞ୍ଚ ପ୍ରତିନିଧି ଚିତ୍ରସେନ ଗୈାଡ, ପୂର୍ବତନ ସରପଞ୍ଚ ତଥା ପୂର୍ବତନ ପାଣି ପଞ୍ଚାୟତ ଶୀର୍ଷ କମିଟି ସଭାପତି ବିଦ୍ୟାଧର ମହାପାତ୍ର, ଗୋକର୍ଣ୍ଣପୁର ସରପଞ୍ଚ ପ୍ରତିନିଧି ସନ୍ତୋଷ ଦୋରା, ସାମାଜିକ କର୍ମୀ ଉମାକାନ୍ତ ସାହୁ , ଭାଜପା ଯୁବମୋର୍ଚ୍ଚା ଗଞ୍ଜାମ ଜିଲା ଉପସଭାପତି ବାପି ପ୍ରଧାନ, ସମିତି ସଭ୍ୟ ଶରତ ଶବର, ଘୋଡାହାଡ ଜଳସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ଏ.ଗୋପାଳ ରାଓ, ସହକାରୀ ଯନ୍ତ୍ରୀ ଇଂ. ନିରଞ୍ଜନ ସାହୁ , ଇଂ. ଦେବରାଜ ଗୈାଡ , ଇଂ. କ୍ଷୀରୋଦ ବେହେରା , ବିଭାଗୀୟ କର୍ମଚାରୀ ପ୍ରଦୀପ ଚନ୍ଦ୍ର ମହାନ୍ତିଙ୍କ ସମେତ ଭାଜପାର ବହୁ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri