ଖଲ୍ଲିକୋଟ ସହରରେ ମାତିଛନ୍ତି ଚୋର: ୧୫ ଦିନରେ ୭ ଘରୁ ନେଇଗଲେଣି ଲକ୍ଷାଧିକ ଟଙ୍କା, ସୁନାଗହଣା

ଖଲ୍ଲିକୋଟ,୨୫ା୪ (ପ୍ରଶାନ୍ତ କୁମାର ମିଶ୍ର):ଖଲ୍ଲିକୋଟ ଥାନା ଅଞ୍ଚଳରେ ଦିନକୁ ଦିନ ବଢ଼ି ଚାଲିଛି ଚୋରି ଘଟଣା। ପ୍ରତି ରାତିରେ ଏବେ ଚୋରି ହେଉଛି। ବୁଧବାର ରାତିରେ ଚିକିଲି ଗ୍ରାମର ଜଣେ ବିଧବା ମହିଳା ମନୋରମା ମହାନ୍ତିଙ୍କ ଘରେ ପଶି ଦୁର୍ବୃତ୍ତମାନେ ଝିଅ ବାହାଘର ପାଇଁ ରଖିଥିବା ୭୦ ଗ୍ରାମ ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ବେଳେ ଏହାର ୨୪ଘଣ୍ଟା ପରେ ଗୁରୁବାର ରାତିରେ ଖଲ୍ଲିକୋଟ ସହର ମଧ୍ୟରେ ଥିବା ଜୟଦୁର୍ଗା ନଗରରୁ ଆଉ ଏକ ଚୋରି ହୋଇଛି। ଏକ ବିଲ୍ଡିଂରେ ରୁବୀ ଗୌଡ଼ ଭଡାରେ ରହୁଥିବା ବେଳେ ସେ ଗତକାଲି କିଛି କାମ ପାଇଁ ଘରେ ତାଲା ପକାଇ ନିଜ ଗାଁକୁ ଯାଇଥିଲେ। ଶୁକ୍ରବାର ଫେରିବା ପରେ ଘର ତାଲା ଭାଙ୍ଗି ତଳେ ପଡ଼ିଥିବା ଦେଖିବାକୁ ପାଇଥିଲେ। ଗଡରେଜ ଆଲମିରା ଭାଙ୍ଗି ଦୁର୍ବୃତ୍ତ ମାନେ ୩୫ ଗ୍ରାମ ଓଜନର ସୁନା ହାର ଓ ୧୫ ହଜାର ଟଙ୍କା ନେଇଥିବା ଜଣାପଡ଼ିଥିଲା। ତାଙ୍କ ପଡ଼ିଶା ଘରୁ ମଧ୍ୟ ଏକ ଲାପଟପ ଚୋରି କରି ନେଇଥିବା ଜଣାପଡ଼ିଥିଲା। ରୁବି ଥାନାରେ ଏତଲା ଦେବା ପରେ ପୁଲିସ ଘଟଣା ସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଥିଲା। ତେବେ ଖଲ୍ଲିକୋଟ ଅଞ୍ଚଳରେ ଗତ ୧୫ ଦିନ ମଧ୍ୟରେ ୬ଟି ଘରୁ ଚୋରି ହୋଇଥିବା ବେଳେ ଏହା ସପ୍ତମ ଚୋରି ଘଟଣା।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri