Blast In Pakistan: ପାକିସ୍ତାନରେ ବଡ଼ ବିସ୍ଫୋରଣ: ବହୁ ଯବାନ ଶହୀଦ

ଇସଲାମବାଦ,୨୫।୪: ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶର କ୍ୱେଟା ସହରର ମାର୍ଗେଟ ଅଞ୍ଚଳରେ ଶୁକ୍ରବାର ଏକ ଆଇଇଡି (ଇମ୍ପ୍ରୋଭାଇଜଡ ଏକ୍ସପ୍ଲୋସିଭ ଡିଭାଇସ) ବିସ୍ଫୋରଣରେ ଫ୍ରଣ୍ଟିୟର କନଷ୍ଟାବୁଲାରୀ (ଏଫସି)ର ୪ ଜଣ ଯବାନ ଶହୀଦ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ପୋଲିସ ସୂଚନା ଅନୁଯାୟୀ, ଏହି ବିସ୍ଫୋରଣ ଏକ ସୁରକ୍ଷା ବାହନୀ ନିକଟରେ ଘଟିଥିଲା, ଯେଉଁଠାରେ ବୋମା ନିଷ୍କ୍ରିୟକାରୀ ଦଳକୁ ଟାର୍ଗେଟ କରାଯାଇଥିଲା।

ହାନ୍ନା ଉରାକ ଥାନାର ଅଧିକାରୀ ନବୀଦ ଅଖତର କହିଛନ୍ତି ଯେ, ବିସ୍ଫୋରଣ ଯୋଗୁଁ ସୁବେଦାର ଶାହଜାଦ ଅମିନ, ନାଇବ ସୁବେଦାର ଅବ୍ବାସ, ସେପୋୟ ଖଲିଲ ଏବଂ ସେପୋୟ ଜାହିଦ ଶହୀଦ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ଲାନ୍ସ ନାୟକ ଜାଫର, ଲାନ୍ସ ନାୟକ ଫାରୁକ ଏବଂ ସେପୋୟ ଖୁର୍ରମ ସଲିମ ଅଛନ୍ତି। ଆହତମାନଙ୍କୁ ତୁରନ୍ତ କମ୍ବାଇନ୍ଡ ମିଲିଟାରୀ ହସ୍ପିଟାଲ (ସିଏମଏଚ)ରେ ଭର୍ତ୍ତି କରାଯାଇଛି।

ପାକିସ୍ତାନର ଗୃହମନ୍ତ୍ରୀ ମୋହସିନ ନକଭି ଏହି ଆକ୍ରମଣକୁ ନିନ୍ଦା କରି ଏହାକୁ “ଦେଶରେ ଅସ୍ଥିରତା ସୃଷ୍ଟି କରିବା ପାଇଁ ଶତ୍ରୁଙ୍କ ନୀଚ ଷଡଯନ୍ତ୍ର” ବୋଲି ଅଭିହିତ କରିଛନ୍ତି। ସେ ଶହୀଦଙ୍କ ପରିବାରଙ୍କୁ ସମବେଦନା ଜଣାଇବା ସହ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ଆସିଫ ଅଲି ଜର୍ଦାରୀ ମଧ୍ୟ ଏହି ଘଟଣାର ନିନ୍ଦା କରି ସନ୍ତ୍ରାସବାଦ ର୍ନିମୂଳ ପାଇଁ ଦୃଢ ପ୍ରତିଜ୍ଞା ବ୍ୟକ୍ତ କରିଛନ୍ତି।

ସୁରକ୍ଷା ବାହିନୀ ଅଞ୍ଚଳଟିକୁ ଅବରୋଧ କରି ସନ୍ଦିଗ୍ଧମାନଙ୍କୁ ଖୋଜିବା ପାଇଁ ଏକ ସର୍ଚ୍ଚ ଅପରେସନ ଆରମ୍ଭ କରିଛି। ବାଲୁଚିସ୍ତାନ ଓ ଖୈବର ପାଖତୁନଖୱାରେ ସନ୍ତ୍ରାସବାଦୀ ଆକ୍ରମଣ ବୃଦ୍ଧି ପାଉଥିବାରୁ ସୁରକ୍ଷା ବାହିନୀ ମଧ୍ୟ ଆତଙ୍କବାଦ ବିରୋଧୀ ଅପରେସନକୁ ତୀବ୍ର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri