Posted inରାଜ୍ୟ

ଖରା, ଗୁଳୁଗୁଳି ପରେ କାଳବୈଶାଖୀ ଭୟ, ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୫ା୪(ଅନୁରାଧା ମହାରଣା)- ଆସନ୍ତା ୨ଦିନ ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ମାତ୍ର ୨୭ ତାରିଖରେ କାଳବୈଶାଖୀର ପ୍ରଭାବ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଶନିବାର ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ ଓ ବଲାଙ୍ଗୀରରେ ଗ୍ରୀଷ୍ମଲହରି ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସମ୍ବଲପୁର ଓ ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ମଧ୍ୟ ଅଧିକ ରହିପାରେ। ସେହପରି ଅନୁଗୋଳ, ସୋନପୁର, ସୁନ୍ଦରଗଡ଼ ଓ ବରଗଡ଼ ଆଦି ଜିଲାକୁ ଖରା ଓ ଗରମ ନେଇ ୟେଲୋ ଓ୍ବାର୍ନି ଦିଆଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବ। ଏଥିସହ ଅପରାହ୍ନରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ନୂଆପଡ଼ା ଆଦି ଜିଳାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ରବିବାର ୨୭ ତାରିଖରେ କୋରାପୁଟ, ଗଞ୍ଜାମ, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକରେ କାଳବୈଶାଖୀ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାଗୁଡ଼ିକରେ ଘଣ୍ଟାପ୍ରତି ୫୦ରୁ ୬୦ କି.ମି. ବେଗରେ ପବନ ବହିବା ସହ ଘଡ଼ଘଡ଼ି ଓ ବିଜୁଳି ଭୟ ରହିଛି। ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri