ସ୍କୁଲ ଗେମ୍ସ ଫେଡେରେଶନ ଇଣ୍ଡିଆ ଇଭେଣ୍ଟ: ଚମକ ଦେଖାଇବେ ଗଜପତିର କାର୍ତ୍ତିକ

ପାରଳାଖେମୁଣ୍ଡି,୨୬ା୪(ଗିରିଧାରୀ ପରିଛା):ନୂଆଦିଲ୍ଲୀରେ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଗଜପତିର ଯୁବ ସ୍କେଟର୍‌ ଓଡ଼ିଶାର ପ୍ରତିନିଧିତ୍ୱ କରିବେ। ଗଜପତି ଡିଷ୍ଟ୍ରିକ୍ଟ ରୋଲର ସ୍କେଟିଂ ଏକାଡେମୀରେ ସ୍କେଟିଂ ପ୍ରଶିକ୍ଷଣ ନେଉଥିବା ସିଧାମଡଙ୍ଗ ଜଗନ୍ନାଥ ଉଚ୍ଚ ବିଦ୍ୟାଳୟର ଛାତ୍ର ପାଲାକାଲା କାର୍ତ୍ତିକ ସ୍କୁଲ ଗେମ୍ସ ଫେଡେରେଶନ ଇଣ୍ଡିଆ (ଏସ୍‌ଜିଏଫ୍‌ଆଇ) ଇଭେଣ୍ଟରେ ଓଡ଼ିଶାର ପ୍ରତିନିଧିତ୍ୱ କରିବେ। ଏହି ପ୍ରତିଯୋଗିତା ଏପ୍ରିଲ ୩୦ରୁ ମେ ୫ ପର୍ଯ୍ୟନ୍ତ ନୂଆଦିଲ୍ଲୀରେ ହେବ। ଏହା ପୂର୍ବରୁ କାର୍ତ୍ତିକ ନଭେମ୍ବର ୨୬ ଓ ୨୭ ଭୁବନେଶ୍ବରଠାରେ ହୋଇଥିବା ରାଜ୍ୟସ୍ତରୀୟ ସ୍କେଟିଂ ଚାମ୍ପିୟନଶିପରେ ଏସ୍‌ଜିଏଫ୍‌ଆଇର ଯୋଗ୍ୟତା ପର୍ଯ୍ୟାୟରେ ଦୌଡ ଶେଷ କରି ରୌପ୍ୟ ପଦକ ହାସଲ କରିଥିଲେ। ଏଥିପାଇଁ ସେ ସ୍କୁଲ ଗେମ୍ସ ଫେଡେରେଶନ ଇଣ୍ଡିଆରେ ଭାଗ ନେବାକୁ ଯୋଗ୍ୟ ବିବେଚିତ ହୋଇଥିଲେ। ଏସ୍‌ଜିଏଫ୍‌ଆଇ ଇଭେଣ୍ଟ ପାଇଁ କାର୍ତ୍ତିକ ଚୟନ ହେବା ତାଙ୍କ କଠିନ ପରିଶ୍ରମ ଏବଂ କ୍ରୀଡ଼ା ପ୍ରତି ସମର୍ପଣ ମନୋଭାବର ପରିଚୟ ଦିଏ। ଗଜପତି ସ୍କେଟିଂ ଏକାଡେମୀରେ ପ୍ରଶିକ୍ଷକ ସୁକାନ୍ତ ଦଳବେହେରା ଓ ଜିଲା ଶାରୀରିକ ଶିକ୍ଷା କ୍ରୀଡ଼ା ଅଧିକାରୀ ସୁରେନ୍ଦ୍ର ପାତ୍ରଙ୍କ ମାର୍ଗଦର୍ଶନରେ କାର୍ତ୍ତିକ ତାଲିମ ନେଉଛନ୍ତି। କାର୍ତ୍ତିକଙ୍କ ସଫଳତା ଗଜପତି ସ୍କେଟିଂ ଏକାଡେମୀ ଓ ଜିଲା ପ୍ରଶାସନ ଯୁବ ପ୍ରତିଭାଙ୍କୁ ଏହି କ୍ରୀଡ଼ାପାଇଁ ଯେ ପ୍ରୋତ୍ସାହିତ କରୁଛି ତାହା ସ୍ପଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri