ମୁହଁ ଖୋଲି ଯୁଦ୍ଧ ପାଇଁ ଆହ୍ବନ କଲେ ପାକ୍‌ ପ୍ରଧାନମନ୍ତ୍ରୀ ଶେହବାଜ, ମୋଦିଙ୍କୁ କହିଲେ…

ଇସଲାମବାଦ,୨୬।୪: ପହଲଗାମ ଆକ୍ରମଣ ପରେ ସବୁ ଦିଗରୁ ଚାପ ବୃଦ୍ଧି ପାଇବା ପରେ, ପାକିସ୍ତାନର ପ୍ରଧାନମନ୍ତ୍ରୀ ପାକ୍‌ ସେନାକୁ ସମ୍ବୋଧିତ କରିଛନ୍ତି। ତାଙ୍କ ବିରୋଧରେ ଲଗାଯାଇଥିବା ଆତଙ୍କବାଦ ଅଭିଯୋଗକୁ ପ୍ରତ୍ୟାଖ୍ୟାନ କରି ସେ କହିଛନ୍ତି ଯେ, ପାକିସ୍ତାନ ସର୍ବଦା ଆତଙ୍କବାଦକୁ ନିନ୍ଦା କରିଆସିଛି ଏବଂ ଆମେ ଆତଙ୍କବାଦ ବିରୋଧରେ ଲଢ଼ିବା ପାଇଁ ଅଗଣିତ ବଳିଦାନ ଦେଇଛୁ।

Shehbaz Sharif  ପହଲଗାମରେ ହୋଇଥିବା ଆକ୍ରମଣ ପାଇଁ ଭାରତ ପାକିସ୍ତାନକୁ ଦାୟୀ କରିଛି ଏବଂ ଏହାର ପ୍ରତିଶୋଧ ନେବାକୁ ପ୍ରତିଶ୍ରୁତି ଦେଇଛି। ଏହା ଉପରେ ଶେହବାଜ ସରିଫ କହିଛନ୍ତି ଯେ ପହଲଗାମରେ ଯାହା ଘଟିଲା ତାହା ଏକ ଦୋଷାରୋପ ଖେଳ ଏବଂ ଆମକୁ ବଦନାମ କରିବାକୁ ଚେଷ୍ଟା କରାଯାଉଛି। ଏହି ପ୍ରସଙ୍ଗରେ ଯେକୌଣସି ପ୍ରକାରର ତଦନ୍ତ ପାଇଁ ଆମେ ପ୍ରସ୍ତୁତ। ଧମକପୂର୍ଣ୍ଣ ସ୍ବରରେ ଶେହବାଜ ଆହୁରି କହିଛନ୍ତି, ଆମର ସେନା ଯୁଦ୍ଧ ପାଇଁ ପ୍ରସ୍ତୁତ ଏବଂ ଯେକୌଣସି ପରିସ୍ଥିତିର ମୁକାବିଲା କରିବାକୁ ସକ୍ଷମ।

Shehbaz Sharif  ପ୍ରଧାମନ୍ତ୍ରୀ ଜୋର ଦେଇ କହିଛନ୍ତି ଯେ ଆମର ସେନା ଯେକୌଣସି ପରିସ୍ଥିତିର ମୁକାବିଲା କରିବାକୁ ପ୍ରସ୍ତୁତ। ଆମେ ପାକିସ୍ତାନର ପ୍ରତ୍ୟେକ ଇଞ୍ଚ ଭୂମିକୁ ସୁରକ୍ଷା ଦେବୁ। ଶାନ୍ତି ଆମର ପ୍ରାଥମିକତା, କିନ୍ତୁ କେହି ଏହାକୁ ଆମର ଦୁର୍ବଳତା ବୋଲି ଭାବିବା ଉଚିତ ନୁହେଁ।

Shehbaz Sharif  ସିନ୍ଧୁ ଜଳ ଚୁକ୍ତିନାମାକୁ ବନ୍ଦ କରିବା ନେଇ ଭାରତର ଆଭିମୁଖ୍ୟ ଉପରେ ସେ ମୋଦିଙ୍କୁ ଧମକ ଦେଇଛନ୍ତି ଯେ, ଯଦି ପାଣି ବନ୍ଦ କରିବାକୁ କୌଣସି ପ୍ରୟାସ କରାଯାଏ ତେବେ ଏହାର ପୂର୍ଣ୍ଣ ଶକ୍ତିରେ ଜବାବ ଦିଆଯିବ।

ସୂଚନାଥାଉ କି, ୨୨ ଏପ୍ରିଲରେ ପହଲଗାମ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି, ଅନେକ ବିଶେଷଜ୍ଞ ଆଶଙ୍କା ପ୍ରକାଶ କରିଛନ୍ତି ଯେ ଏହା ଯେକୌଣସି ସମୟରେ ଏକ ବଡ଼ ଯୁଦ୍ଧରେ ପରିଣତ ହୋଇପାରେ। ଆପଣଙ୍କୁ କହିରଖୁଛୁ ଯେ, କଶ୍ମୀର ଘାଟିର ପହଲଗାମରେ ପ୍ରାୟ ୪ ରୁ ୫ ଜଣ ଆତଙ୍କବାଦୀ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ କରିଥିଲେ। ସେମାନଙ୍କ ଗୁଳିମାଡ଼ରେ ଅତି କମରେ ୨୬ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ବହୁଜଣ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ, ଦେବାଶିଷ ଓ ଦେବୀଙ୍କ ସହ ଥିବା ନେତାଙ୍କୁ ତାଲିକାରୁ ବାଦ୍

କଟକ: ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କ ମଧ୍ୟରେ ମତଭେଦ ଦେଖାଯାଉଥିବା ବେଳେ ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ ଦେଖାଯାଇଛି । BYJD(ବିଜୁ ଯୁବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri