ମହୁଲଫୁଲ ୪୭ ଟଙ୍କାରୁ କମ୍‌ରେ କିଣିଲେ ଲାଇସେନ୍ସ ରଦ୍ଦ: ସତର୍କ କରାଇଲେ ….

ନୂଆପଡ଼ା,୨୬।୪ (ମକାରୁ ବେମାଲ): ଆଦିବାସୀ ଅଧ୍ୟୁଷିତ ନୂଆପଡ଼ା ଜିଲାରେ ୫୦ ପ୍ରତିଶତ ଲୋକ ଲଘୁବନଜାତ ଦ୍ରବ୍ୟ ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି। ସେମାନେ ବହୁ କଷ୍ଟରେ ଏସବୁ ସାମଗ୍ରୀ ଜଙ୍ଗଲରୁ ସଂଗ୍ରହ କରୁଥିଲେ ମଧ୍ୟ ମଣ୍ଡି ନ ଥିବାରୁ ଉଚିତ ପାଉଣା ପାଉନାହାନ୍ତି। ବର୍ତ୍ତମାନ ଜିଲାରେ ମହୁଲଫୁଲ ସର୍ବାଧିକ ସଂଗ୍ରହ ହେଉଛି। ହେଲେ ମଣ୍ଡି ନ ଥିବାବେଳେ ଦର ଧାର୍ଯ୍ୟ ହେଉ ନ ଥିବାରୁ ଲୋକେ କୋଚିଆଠାରେ କମ ଦରରେ ବିକ୍ରୟ କରି ଶୋଷଣର ଶିକାର ହେଉଛନ୍ତି। ଅନ୍ୟପକ୍ଷରେ ବେପାରୀ ଓ ମଧ୍ୟସ୍ଥି କମ ଦରରେ କ୍ରୟ କରି ଲାଭବାନ ହେଉଛନ୍ତି। ଏହି ସମସ୍ୟାକୁ ଦୃଷ୍ଟିରେ ରଖି ଜିଲା ଅବକାରୀ ବିଭାଗ ଏକ ବୈଠକ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଜିଲା ଅବକାରୀ ଅଧୀକ୍ଷକ ସଂଘମିତ୍ରା ପ୍ରଧାନ, ଜିଲା ପଞ୍ଚାୟତ ଅଧିକାରୀ ଲଛମନ ଓରାମ, ଜିଲାର ମହୁଲ ଫୁଲ କ୍ରେତା, ଗୋଟାଳି ତଥା ବିକ୍ରେତା ଉପସ୍ଥିତ ଥିଲେ। ଜିଲାପାଳ ସତର୍କ କରିବାକୁ ଯାଇ କହିଥିଲେ, ଜିଲାରେ ଗରିବ ଚାଷୀ, ଆଦିବାସୀମାନେ ବହୁ କଷ୍ଟରେ ମହୁଲ ଫୁଲ ସଂଗ୍ରହ କରୁଛନ୍ତି। କେତେବେଳେ ସେମାନେ ଭାଲୁର ଶିକାର ହେଉଛନ୍ତି କେତେବେଳେ ଅଂଶୁଘାତର ଶିକାର ହେଉଛନ୍ତି। ସେମାନେ ଏହାର ଉଚିତ ମୂଲ୍ୟ ପାଇବା ଅତ୍ୟନ୍ତ ଆବଶ୍ୟକ। ବେପାରିମାନେ କମ ଦରରେ କିଣି ଲାବବାନ ହେଉଥିବାବେଳେ ଜିଲା ପ୍ରଶାସନ ବଦନାମ ହେଉଛି। ଏଭଳି ଆଉ ଚଳିବ ନାହିଁ। ମହୁଲ ଫୁଲର କିଲୋଗ୍ରାମ ପ୍ରତି ସର୍ବନିମ୍ନ ସହାୟକ ମୂଲ୍ୟ ୪୭ ଟଙ୍କା ରହିବ। ଏଥିରୁ କମ ମୂଲ୍ୟରେ ବେପାରି କିଣିଲେ ସେମାନଙ୍କ ଲାଇସେନ୍ସ ରଦ୍ଦ ହେବ। ପ୍ରତିଦିନ ମହୁଲ କ୍ରୟ ବିକ୍ରୟ ରିପୋର୍ଟ ଜିଲାପାଳଙ୍କୁ ଅବକାରୀ ବିଭାଗ ପ୍ରଦାନ କରିବେ। ଜିଲାପାଳଙ୍କ ସମୟୋଚିତ ପଦକ୍ଷେପ ଜିଲାର ସହସ୍ରାଧିକ ମହୁଲ ଗୋଟାଳିଙ୍କୁ ସହାୟକ ହେବ ବୋଲି ଆଶା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri