ପହଲଗାମ ଆକ୍ରମଣ ପ୍ରତିବାଦରେ ଶୋଭାଯାତ୍ରା

ନୂଆପଡ଼ା,୨୬।୪ (ମକାରୁ ବେମାଲ): ଜମ୍ମୁ କଶ୍ମୀରର ପହଲଗାମଠାରେ ଆତଙ୍କବାଦୀ ଆକ୍ରମଣ ଘଟଣା ପ୍ରତିବାଦରେ ଶୁକ୍ରବାର ନୂଆପଡ଼ା ହିନ୍ଦୁ ଏକତା ମଞ୍ଚ ପକ୍ଷରୁ ଶୋଭାଯାତ୍ରା କରାଯାଇଥିଲା। ଗାୟତ୍ରୀ ମନ୍ଦିରଠାରୁ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସିଥିଲା। ମଞ୍ଚ କର୍ମକର୍ତ୍ତା ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଏତଙ୍କୁ ସ୍ମାରକପତ୍ର ପ୍ରଦାନ କରି ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ। ଏହି ସମୟରେ ପୂର୍ବତନ କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା, ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ପ୍ରସନ୍ନ କୁମାର ପାଢୀ, କ୍ଷମାନିଧି ଦେବାଙ୍ଗନ, ଅଜିତ କୁମାର ଚଳାନ, ସୁଶାନ୍ତ କୁମାର ପତି, ଦୃଷ୍ଟିଚନ୍ଦ୍ର ମାଝି, ଖରିଆର ରୋଡ ଏନ୍‌ଏସି ଅଧ୍ୟକ୍ଷା ସୋନିଆ ଜୈନ, ଗୋଲଡି ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri