ପୁଷ୍ପାଳନ ସେବକଙ୍କୁ ଚେତାବନୀ: ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ହେବେ ବାସନ୍ଦ

ପୁରୀ,୨୬।୪: ସୁଆର ମହାସୁଆର ପରେ ପୁଷ୍ପାଳକ ସେବକଙ୍କୁ ମିଳିଛି ବାସନ୍ଦ ଚେତାବନୀ। ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ସେମାନଙ୍କୁ ନିଯୋଗ ବିରୋଧୀ କାର୍ଯ୍ୟ ଅଭିହିତ କରାଯାଇ ବାସନ୍ଦ କରାଯିବ। ଏନେଇ ଶ୍ରୀମନ୍ଦିର ପୁଷ୍ପାଳକ ନିଯୋଗ ସଂପାଦକଙ୍କ ଦସ୍ତଖତରେ ନିର୍ଦ୍ଦେଶ ଜାରି ହୋଇଛି। ତେବେ ନିକଟରେ ସୁଆର ମହାସୁଆର ସେବକଙ୍କୁ ବି ବାସନ୍ଦ ଚେତାବନୀ ହୋଇଥିଲା। ଦୀଘା ମନ୍ଦିର ପ୍ରତିଷ୍ଠାରେ ରୋଷ କାର୍ଯ୍ୟରେ ଯୋଗଦେଲେ ବାସନ୍ଦ ଚେତାବନୀ ଦିଆଯାଇଥିଲା।

ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଦିଘାରେ ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିର ଆସନ୍ତା 30 ତାରିଖ ଅକ୍ଷୟ ତୃତୀୟାରେ ଉଦଘାଟନ ହେବ। ଏହି କାର୍ଯ୍ୟକ୍ରମରେ ପୁରୀ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ପକ୍ଷରୁ ଅବଢ଼ା ଓ ଶୁଖିଲା ମହାପ୍ରସାଦ ପ୍ରସ୍ତୁତକାରୀଙ୍କ ଏକ ନିର୍ଦ୍ଦେଶ ଜାରି ହୋଇଛି। ଏହି ଉଦ୍‌ଘାଟନୀ ଦିନ ରୋଷ କାର୍ଯ୍ୟରେ ସାମିଲ ହେବାକୁ ମନା କରାଯାଇଛି। ସାମିଲ ହେଲେ ସମ୍ପୃକ୍ତ ସୁପକାର ସଭ୍ୟଙ୍କୁ ନିଯୋଗରୁ ବାସନ୍ଦ କରାଯିବ। ଅର୍ଥାତ ଶ୍ରୀମନ୍ଦିର ରୋଷ କାର୍ଯ୍ୟରୁ ତାଙ୍କୁ ସବୁଦିନ ପାଇଁ ବାରଣ କରାଯିବ। ସୁଆର ମହାସୁଆର ନିଯୋଗ ସମ୍ପାଦକଙ୍କ ଦସ୍ତଖତରେ ସୂଚନା ଜାରି କରାଯାଇଛି।

ନିଉ ଦୀଘା ରେଳଷ୍ଟେସନ ନିକଟରେ ୨୦ ଏକର ଜାଗାରେ ୨ ଶହ ୫୦ କୋଟି ଟଙ୍କା ବ୍ୟୟରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଅନୁକରଣରେ ନୂତନ ଅନ୍ୟ ଏକ ଜଗନ୍ନାଥ ମନ୍ଦିର ନିର୍ମାଣ ଶେଷ ହୋଇଛି l ଆସନ୍ତା ପବିତ୍ର ଅକ୍ଷୟ ତୃତୀୟାରେ ଏହି ନୂତନ ଜଗନ୍ନାଥ ମନ୍ଦିରରେ ଭଗବାନ ବଳଭଦ୍ର, ମା’ ସୁଭଦ୍ରା ଓ ଶ୍ରୀଜଗନ୍ନଥଙ୍କ ପ୍ରାଣ ପ୍ରତିଷ୍ଠା ଲାଗି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭ ଉଦଘାଟନ କରିବେ ବୋଲି ସରକାରୀ ଭାବେ ଘୋଷଣା କରାଯାଇଛି l

ମମତା ବାନାର୍ଜୀ ଡିସେମ୍ବର ୨୦, ୨୦୧ ୮ ମସିହାରେ ଦୀଘାରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଭଳି ଏଠାରେ ନୂତନ ଜଗନ୍ନାଥ ମନ୍ଦିର ନିର୍ମାଣ ହେବ ବୋଲି ଉଚ୍ଚ ପ୍ରଶାସନିକ ବୈଠକରେ ଘୋଷଣା କରିଥିଲେ l ୨୦୨୨ ମସିହାରେ ପ୍ରଥମେ ଜଗନ୍ନାଥ ମନ୍ଦିର ନିର୍ମାଣ ନିମନ୍ତେ ବଙ୍ଗ ସରକାର ୨ ଶହ କୋଟି ଟଙ୍କା ଅର୍ଥ ମଞ୍ଜୁର କରି ଖୁବଶୀଘ୍ର ମନ୍ଦିର ନିର୍ମାଣ କରିବାକୁ ନିର୍ଦେଶ ଦେଇଥିଲେ l ୬୫ ଫୁଟ ଉଚ୍ଚର ଏହି ଭବ୍ୟ ମନ୍ଦିର ନିର୍ମାଣ ନିମନ୍ତେ ହିଡ଼କୋ ସଂସ୍ଥା ହାତକୁ ନେଇଥିବାବେଳେ ରାଜସ୍ଥାନର ନାମୀ ମାର୍ବଲ ପଥରରେ ଶ୍ରୀଜଗନ୍ନାଥ ମନ୍ଦିର ସହ ଆଠଟି ମନ୍ଦିର ନିର୍ମିତ ହୋଇଛି l ମେଘନାଦ ପ୍ରାଚେରୀ ଭଳି ପ୍ରଥମ ମନ୍ଦିରରେ ପ୍ରଭୁ ବଳଭଦ୍ର, ମା’ ସୁଭଦ୍ରା ଓ ଭଗବାନ ଶ୍ରୀ ଜଗନ୍ନାଥ ପଥରରେ ମୂର୍ତ୍ତି ରହିଥିବାବେଳେ ମନ୍ଦିରର ୪ ଦ୍ୱାର ସହ ୨ ୟ ମନ୍ଦିରରେ ମା’ ଲକ୍ଷ୍ମୀଙ୍କ ମନ୍ଦିର, ସମ୍ମୁଖ ଭାଗରେ ଗରୁଡ଼ ସ୍ତମ୍ଭ, ରୋଷେଇଶାଳ, ବିଶ୍ରାମଗାର ଓ ଅତିଥିଶାଳା ରହିଛି । ମନ୍ଦିର ପ୍ରାଚେରୀ ଦୀଘା – ବର୍ଡ଼ର ରାସ୍ତା ଦକ୍ଷିଣ ପଟରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ ଲାଗି ଅନ୍ୟ ଏକ ନୂତନ ପାର୍କ ନିର୍ମାଣ କରାଯାଇଛି।

ଜଗନ୍ନାଥ ମନ୍ଦିର ପରିଚାଳନା ନିମନ୍ତେ ମୁଖ୍ୟ ସଚିବଙ୍କ ସହ ଜିଲା ମାଜିଷ୍ଟ୍ରେଟ, ଏସପି, ଇସ୍କନର ମୁଖ୍ୟ ସହ ୨ ୨ ଜଣିଆ କମିଟି ଗଠନ କରାଯାଇଥିବାବେଳେ ଇସ୍କନ ମନ୍ଦିରର ସମସ୍ତ ପରିଚାଳନା କରିବେ ବୋଲି ସରକାରୀ ଭାବେ ଘୋଷଣା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri