‘ଧନ ଛାଡ଼ି ଜ୍ଞାନ ଅର୍ଜନ କଲେ ସମ୍ମାନ ମିଳିବ’

ଭଞ୍ଜନଗର,୨୮ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ପକ୍ଷରୁ ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଇନଜୀବୀ ଦିବସ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୋର୍ଟ ପରିସରରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ। ଏହି ଅବସରରେ ବିଧାୟକ ନାୟକ କହିଥିଲେ ଯେ, ଆଇନଜୀବୀମାନେ ଧନ ଛାଡ଼ି ଜ୍ଞାନ ଅର୍ଜନ କଲେ ସମ୍ମାନ ମିଳିବା ସହ ଧନ ଅର୍ଜନ କରିପାରିବେ। ଭଞ୍ଜନଗର ବାର୍‌ ଆସୋସିଏଶନ ପ୍ରସ୍ତାବ କ୍ରମେ ରାଜ୍ୟରେ ଆଇନଜୀବୀ ଦିବସ ପାଳିତ ହେଉଛି। ଲୋକଙ୍କୁ ନ୍ୟାୟ ପ୍ରଦାନରେ ଆଇନଜୀବୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ବିଧାୟକ ନାୟକ କହିଥିଲେ। ଭଞ୍ଜନଗର ସହର ଏବଂ ଆଖପାଖ ଅଞ୍ଚଳର ବିକାଶ ପାଇଁ ପ୍ରାୟ ୧୦୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ଯୋଜନା ରଖାଯାଇଛି। ଭଞ୍ଜନଗର ମେଡିକାଲ ଖୁବ୍‌ଶ୍ରୀଘ୍ର ଜିଲା ହସ୍ପିଟାଲର ମାନ୍ୟତା ମିଳିବ। ସ୍ବାସ୍ଥ୍ୟମନ୍ତ୍ରୀ ଏନେଇ ପ୍ରତିଶ୍ରୁତି ଦେଇଛନ୍ତି।

ଭଞ୍ଜନଗର ସହରର ମଧ୍ୟସ୍ଥଳରେ ଥିବା ଗାନ୍ଧୀ କୈଳାସ ପାହାଡ଼ର ଉନ୍ନତିକରଣ ପାଇଁ ୮ କୋଟି ଟଙ୍କା ବ୍ୟୟ ହେବ। ଭଞ୍ଜନଗର ସହରରେ ରିଙ୍ଗ ରୋଡ୍‌ କରିବା ପାଇଁ ୪୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଉପେନ୍ଦ୍ର ଭଞ୍ଜ ହାଇସ୍କୁଲ ଏବଂ ଦୀନବନ୍ଧୁ ବେହେରା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ କଲେଜରେ ପରିଣତି କରାଯିବ। ଏଥିପାଇଁ ପ୍ରସ୍ତୁତି ଚାଲିଛି। କେଏସ୍‌ୟୁବି କଲେଜର ଉନ୍ନତିକରଣ ପାଇଁ ୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ହେବ। ପୁରୁଣା ଜେଲ୍‌କୁ ଭାଙ୍ଗି ସେଠାରେ ଆଧୁନିକ ମାର୍କେଟ ହେବ। ଏଥିପାଇଁ ୮୦ କୋଟି ଖର୍ଚ୍ଚ ହେବ। ଭଞ୍ଜନଗର ଜଳଭଣ୍ଡାରରୁ ମାଟି ବାହାର କରିବା ପାଇଁ ୨୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଭଞ୍ଜନଗର ଅଞ୍ଚଳର ବିକାଶ ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯାଇଛି ବୋଲି ବିଧାୟକ ନାୟକ କହିଥିଲେ। ଏଥିସହ ଅଲ ଓଡ଼ିଶା ଆଇନଜୀବୀ ସଂଘର ରାଜ୍ୟ କାର୍ଯ୍ୟାଳୟ ପାଇଁ ଜମି ଯୋଗାଇ ଦିଆଯିବ ବୋଲି ବିଧାୟକ ପ୍ରତିଶ୍ରୁତି ଦେଇଥିଲେ। ଅଲ ଓଡ଼ିଶା ଆଇନଜୀବୀ ସଂଘ ରାଜ୍ୟ ସଭାପତି ଶିଶିର ପାଢ଼ୀ ମୁଖ୍ୟବକ୍ତା ଭାବେ ଯୋଗଦେଇ ଆସନ୍ତା ୧୧ ତାରିଖରେ ଆଇନଜୀବୀ ସଂଘର କାର୍ଯ୍ୟକାରିଣୀ ବୈଠକ ବ୍ରହ୍ମପୁର ଠାରେ ହେଉଛି ବୋଲି କହିଥିଲେ। ଆଇନଜୀବୀମାନେ ବିଚାରପତିଙ୍କ ସହ ସମନ୍ୟୟ ରକ୍ଷା କରି କାର୍ଯ୍ୟକରିବାକୁ ପରାମର୍ଶ ଦେଇଥିଲେ।

ବାର୍‌ ଆସୋସିଏଶନ ସଭାପତି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସମ୍ପାଦକ ଜ୍ୟୋତିରାଜ ପତି ସଭାକୁ ସଂଯୋଜନା କରିଥିଲେ। ସମ୍ମାନିତ ଅତିଥି ଭାବେ ବରିଷ୍ଠ ଆଇନଜୀବୀ ସୋମନାଥ ନାୟକ, ଗୋପାଳକୃଷ୍ଣ ପ୍ରଧାନ, ନିର୍ମଳ ସାହୁ ଯୋଗ ଦେଇଥିଲେ। ଉପସଭାପତି ସନ୍ତୋଷ କୁମାର ବେହେରା, ସହସମ୍ପାଦକ ଗିରିଜା ଶଙ୍କର ଭୂୟାଁ, କୋଷାଧ୍ୟକ୍ଷ ସଂଗ୍ରାମ କେଶରୀ ମିଶ୍ର, ବରିଷ୍ଠ ଆଇନଜୀବୀ ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ରବି ଦାସ, ଅମରେଶ ମହାପାତ୍ର, ଅଳକା ମଞ୍ଜରୀ ପଟ୍ଟନାୟକ, ଦିବାକର ନାୟକ, ବିନୟ କୁମାର ରଥ, ସନ୍ତୋଷ ତିଆଡି, ଦଣ୍ଡପାଣି ସ୍ବାଇଁ, ମନୋଜ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ବରିଷ୍ଠ ଆଇନଜୀବୀ ବସନ୍ତ କୁମାର ଦାସ, ଆଶୋକ ଜେନା, ସନ୍ଧ୍ୟା ରାଣୀ ତ୍ରିପାଠୀ, ଧବଳେଶ୍ବର ମାଝୀ, ସନ୍ତୋଷ କୁମାର ଶତପଥୀ, ଶତ୍ରୁଘ୍ନ ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସହସମ୍ପାଦକ ସନ୍ତୋଷ ବେହେରା ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri