ରାଶନ କାର୍ଡରୁ ବିଦେଶୀଙ୍କ ନାଁ କଟିବ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୮।୪: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ରାଶନ କାର୍ଡରୁ ବିଦେଶୀଙ୍କ ନାଁ କଟିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ଓଡ଼ିଶାରେ ଅନୁପ୍ରବେଶ କରି ପାକିସ୍ତାନୀ, ବାଂଲାଦେଶୀ ରାଶନ କାର୍ଡ ହାତେଇଛନ୍ତି। ସେମାନଙ୍କୁ ଚିହ୍ନଟ କରି ନାଁ କାଟିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ମନ୍ତ୍ରୀ ପ୍ରକାଶ କରିଛନ୍ତି।

ପହଲ୍‌ଗାମ ଘଟଣାରେ କେବଳ ଭାରତ ନୁହେଁ ସାରା ବିଶ୍ୱରେ ଚହଳ ପଡିଛି। ଏଥିରେ ୨୬ ନିରୀହ ପର୍ଯ୍ୟଟକଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପରେ ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି ଆକ୍ରମଣର ଦାୟିତ୍ୱ ପାକିସ୍ତାନ ଆଧାରିତ ‘ଦି ରେସିଷ୍ଟାନ୍ସ ଫ୍ରଣ୍ଟ (ଟିଆର୍‌ଏଫ)’, ଲସ୍କର-ଏ-ତୋଇବାର ଏକ ଶାଖା ନେଇଥିବା ବେଳେ, ପାକିସ୍ତାନ ସେନା ନିକଟରେ ଜମ୍ମୁ ଓ କଶ୍ମୀରର ବିଭିନ୍ନ ଅଞ୍ଚଳରେ ନିୟନ୍ତ୍ରଣ ରେଖା (ଏଲଓସି) ନିକଟରେ ଗୁଳିମାଡ଼ ଆରମ୍ଭ କରିଛି। ଭାରତୀୟ ସେନା ମଧ୍ୟ ଏହାର କଡ଼ା ଜବାବ ଦେଇଛି।

ପହଲଗାମ ଆତଙ୍କବାଦୀ ଘଟଣାକୁ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ପାକିସ୍ତାନ ନାଗରିକଙ୍କ ଭିଜା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିଜ ରାଜ୍ୟରେ ଥିବା ପାକ ନାଗରିକଙ୍କୁ ଚିହ୍ନଟ କରି ତାଙ୍କର ଭିଜା ବନ୍ଦ କରି ତୁରନ୍ତ ରାଜ୍ୟରୁ ବାହାର କରିବାକୁ ଶାହା କହିଛନ୍ତି।

ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ୧୨ଜଣ ପାକିସ୍ତାନୀ ନାଗରିକ ରହିଛନ୍ତି ବୋଲି ସୂଚନା ମିଳିଛି। କେନ୍ଦ୍ର ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶ ପରେ ସେମାନଙ୍କୁ ବିଦା କରାଯିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri