୨ ପରିବାର ମଧ୍ୟରେ ଗଣ୍ଡଗୋଳ, ୩ ଗୁରୁତର

ଧରାକୋଟ,୨୮ା୪ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଜଗମୋହନ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଜଗମୋହନ ଗୋଲାସାହିର ଶିବ ପାତ୍ର, ସୁବାସ ପାତ୍ର ଓ ରମେଶ ପାତ୍ର। ଶିବଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ମୁଣ୍ଡକୁ କାତିରେ ଆକ୍ରମଣ ହୋଇଛି। ସେହିପରି ରମେଶ ଧରାକୋଟ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ସୁବାସ ଆସିକା ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

ପୂର୍ବରୁ କମେଣ୍ଟ ମରାକୁ କେନ୍ଦ୍ରକରି ଶିବଙ୍କ ପରିବାର ସହ ରମେଶଙ୍କ ପରିବାର ମଧ୍ୟରେ ତିକ୍ତତା ଲାଗି ରହିଥିଲା। ଏପରିକି ୨ ପରିବାର ଧରାକୋଟ ଥାନା ଦ୍ବାରସ୍ଥ ହୋଇଥିଲେ। ଏଭଳି ଅନେକ ଥର ସେମାନଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି। ରବିବାର ଗଣ୍ଡଗୋଳ ପରେ ରମେଶ ଥାନାରେ ଅଭିଯୋଗ କରିବାକୁ ଯାଇଥିଲେ।

ସୋମବାର ପୁଣି ଥରେ ପୂର୍ବ କଥାକୁ ନେଇ ୨ ପରିବାର ଭିତରେ ଗଣ୍ଡଗୋଳ ହୋଇଥିଲା। ପରସ୍ପରକୁ କାତି ଓ ଧାରୁଆ ଅସ୍ତ୍ରରେ ଆକ୍ରମଣ ପ୍ରତିଆକ୍ରମଣ କରିବା ଫଳରେ ଗୋଟିଏ ପରିବାରରୁ ଶିବ ଓ ଅନ୍ୟ ପରିବାରରୁ ରମେଶ ଏବଂ ତାଙ୍କ ପିଉସୀ ପୁଅ ଭାଇ ସୁବାସ ଗୁରୁତର ହୋଇଛନ୍ତି l

ଘଟଣା ସ୍ଥଳରେ ଧରାକୋଟ ପୋଲିସ ପହଞ୍ଚି ତଦନ୍ତ କରୁଛି l ଏ ସଂକ୍ରାନ୍ତରେ ତଦନ୍ତ ଜାରି ରହିଥିବା ବେଳେ ୨ଜଣଙ୍କୁ ଥାନାରେ ଅଟକ ରଖାଯାଇଛି। ପୃଥକ ଭାବେ ୨ଟି ମାମଲା ରୁଜୁ କରାଯିବ ବୋଲି ଥାନା ଅଧିକାରୀ ଚନ୍ଦ୍ରିକା ସ୍ବାଇଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri