କାଳବୈଶାଖୀ ପ୍ରଭାବ: ବରଗଡ଼ରେ ଝଡବତାସ ସହିତ ପ୍ରବଳ ବର୍ଷା

ବରଗଡ଼,୨୯।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ମଙ୍ଗଳବାର ରାତି ୮ଟାରୁ କାଳବୈଶାଖୀ ପ୍ରଭାବରେ ଝଡବତାସ ସହିତ ପ୍ରବଳ ବର୍ଷା ହୋଇଛି। ସେହିପରି ବଜ୍ରପାତ ମଧ୍ୟ ହୋଇଛି। ଏହାଫଳରେ ବିଦ୍ୟୁତ ସରବରାହ ବନ୍ଦ ରହିଛି। ଗାଁଠୁ ସହର ସବୁଆଡେ ଅନ୍ଧାର ହୋଇ ପଡିଛି। ତେବେ ଧାନ ଅମଳ ପାଖେଇ ଆସିଥିବାରୁ ଏଭଳି ଝଡବର୍ଷା ଚାଷୀଙ୍କ ଚିନ୍ତା ବଢାଇ ଦେଇଛି।

କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ଘଡ଼ଘଡ଼ି ବିଜୁଳି ସହ କୁଆପଥର ବର୍ଷା ଜନଜୀବନକୁ ପ୍ରଭାବିତ କରିଛି। ଏପରିକି ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ପବନ ହେବା ନେଇ ଆଲର୍ଟ ଜାରି କରିଛି ଜ। ଅନ୍ୟପକ୍ଷେ ତାତିରୁ ଲୋକଙ୍କୁ ଆଶ୍ବସ୍ତି ମିଳିଛି। ମଙ୍ଗଳବାର ମଧ୍ୟ କାଳବୈଶାଖୀକୁ ନେଇ ସତର୍କ ସୂଚନା ଜାରି ରହିଛି। ନୂଆପଡ଼ା, ରାୟଗଡ଼ା, ବାଲେଶ୍ୱର, ପାରଳାଖେମୁଣ୍ଡି ଓ ଅନୁଗୋଳରେ ବର୍ଷା ପବନ ହେବା ନେଇ ପୂର୍ବାନୁମାନ କରାଯାଇଛି।

ସୂଚନାଯାଗ୍ୟ, ସୋମବାର ନୂଆପଡ଼ାରେ ୮.୦ ମି.ମି. ବର୍ଷା ହୋଇଥିବା ବେଳେ ରାୟଗଡ଼ାରେ,୩.୦ ମିମି, ବାଲେଶ୍ୱରରେ ୨.୬ ମିମି, ପାରଳାଖେମୁଣ୍ଡି ଓ ଅନୁଗୋଳରେ ୨ ମିମି ଏବଂ ଢେଙ୍କାନାଳରେ୧.୪ ମିମି ବର୍ଷା ରେକର୍ଡ କରାଯାଇଛି।

ବିଶେଷ କରି ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ବରଗଡ଼, କୋରାପୁଟ, ରାୟଗଡ଼ା, କଟକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଦେବଗଡ଼, ଅନୁଗୋଳ ଆଦି ଜିଲାରେ ସୋମବାର ଝଡ଼ବର୍ଷା ହୋଇଥିଲା। ଟ୍ବିନ୍‌ ସିଟି କଟକ ଓ ଭୁବନେଶ୍ୱରରେ ମଧ୍ୟ ବିଜୁଳି, ଘଡ଼ଘଡ଼ି ସହ ଝଟ୍‌କା ପବନ ଲୋକଙ୍କୁ ଭୟଭୀତ କରିଥିଲା। ୬୦ରୁ ୭୦ କିମି ବେଗରେ ପବନ ବହିବା ସହ ପ୍ରବଳ ବର୍ଷିଥିଲା। କେତେକ ସ୍ଥାନରେ କୁଆପଥର ବର୍ଷା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri