ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ

ପୁରୀ,୧।୫ ( ଅଜିତ୍‌ କୁମାର ମହାନ୍ତି ): ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଜୁନ ୨୭ ତାରିଖରେ ଓ ବାହୁଡ଼ା ଯାତ୍ରା ଜୁଲାଇ ୫ ତାରିଖରେ ଅନୁଷ୍ଠିତ ହେବ। ସୁନାବେଶ ଜୁଲାଇ ୬ ଏବଂ ନୀଳାଦ୍ରି ବିଜେ ଜୁଲାଇ ୮ ତାରିଖରେ ଅନୁଷ୍ଠିତ ହେବ। ଦେବସ୍ନାନ ପୂର୍ଣ୍ଣିମା ଜୁନ ୧୧ ତାରିଖରେ ଅନୁଷ୍ଠିତ ହେବ। ତେଣୁ ଦେବସ୍ନାନ ପୂର୍ଣ୍ଣିମାଠାରୁ ଆରମ୍ଭ କରି ରଥଯାତ୍ରା, ବାହୁଡା ଯାତ୍ରା, ସୁନାବେଶ ଓ ନିଳାଦ୍ରୀ ବିଜେକୁ ଶୃଙ୍ଖଳିତ ଭାବେ ପରିଚାଳନା ପାଇଁ ପ୍ରଥମ ସମନ୍ବୟ ବୈଠକ ଗୁରୁବାର ପୂର୍ବାହ୍ନରେ ଟାଉନ ହଲଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷତା କରି କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ବି.ପରମେଶ୍ବରନ ଚଳିତ ରଥଯାତ୍ରାରେ ପ୍ରତ୍ୟେକଙ୍କ ମଧ୍ୟରେ ସୁସମନ୍ବୟ ରଖି ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କ ସମସ୍ତ କାର୍ଯ୍ୟ କରିବାକୁ ମତବ୍ୟକ୍ତ କରିଥିଲେ।

ବିଭିନ୍ନ ବିଭାଗକୁ ଦିଆଯାଇଥିବା ଦାୟିତ୍ୱକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ସେ ପରାମର୍ଶ ଦେଇଥିଲେ। ପାରସ୍ପରିକ ସମନ୍ବୟ୍‌ର ସହ ରଥଯାତ୍ରାକୁ ସଫଳ କରିବାକୁ ସେ କହିଥିଲେ। ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସମସ୍ତଙ୍କୁ ସ୍ବାଗତ କରିବା ସହ ରଥଯାତ୍ରା ପାଇଁ ଜିଲା ପ୍ରଶାସନର ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ।

ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଯାତ୍ରା ନିମନ୍ତେ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥକପଡ଼ା ସଂଗ୍ରହ, ନୀତି ସମ୍ପାଦନ, ରଥଟଣା ସମ୍ପର୍କରେ ମତଦେଇ ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ତିନି ରଥ ପାଇଁ ମୋଟ ୮୬୫ ଖଣ୍ଡ କାଠର ଆବଶ୍ୟକତା ଥିବା ବେଳେ ଗତବର୍ଷ ର ୫୧ ଖଣ୍ଡ କାଠ ବଳି ଥିବାରୁ ଆଉ ୮୧୪ ଖଣ୍ଡ କାଠ ଆବଶ୍ୟକ ରହିଛି। ଇତି ମଧ୍ୟରେ ୩୨୬ ଖଣ୍ଡ କାଠ ପ୍ରାପ୍ତ ହୋଇଛି। ଏହି କାଠଗୁଡିକୁ ପର୍ଯ୍ୟାୟ କ୍ରମେ ଜଙ୍ଗଲ ବିଭାଗ ଯୋଗାଉଛନ୍ତି ବୋଲି ସେ ସୂଚନା ଦେଇଥିଲେ।

ସ୍ବାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ, ପାର୍କିଂ ସ୍ଥଳ, ଶାନ୍ତି ଶୃଙ୍ଖଳା ରକ୍ଷା, ଟ୍ରେନ ଚଳାଚଳ ବ୍ୟବସ୍ଥା, ରଥଯାତ୍ରାର ସିଧାସଳଖ ପ୍ରସାରଣ ବ୍ୟବସ୍ଥା, ଯାତ୍ରୀ ସୁବିଧା ପାଇଁ ଅସ୍ଥାୟୀ ସୂଚନା କେନ୍ଦ୍ର ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ବେଚ୍ଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗ ମାନେ କାର୍ଯ୍ୟ ତ୍ୱରାନ୍ବିତ ପାଇଁ ଆୟୁକ୍ତ ଶ୍ରୀ ପରମେଶ୍ୱରନ ନିର୍ଦ୍ଦେଶ ଦେଇଥିଲେ।

ଶ୍ରୀଜଗନ୍ନାଥ ବନ ପ୍ରକଳ୍ପ ମାଧ୍ୟମରେ ରଥକାଠର ସ୍ଥିତି, ରାସ୍ତା ନିର୍ମାଣ ଓ ମରାମତି, ପୁରୀ ମୁଖ୍ୟ ଚିକିତ୍ସାଳୟରେ ବର୍ଣ୍ଣ ୟୁନିଟ ଓ ବର୍ଣ୍ଣ ୱ୍ବାଡ ଖୋଲିବା, ଡାକ୍ତର ଓ ଅନ୍ୟ କର୍ମଚାରୀ ନିଯୁକ୍ତି, ପରିମଳ ବ୍ୟବସ୍ଥା, ଡ୍ରେନ ମରାମତି ଓ ସଫା, ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ, ରେଳ ବିଭାଗ ଟ୍ରେନ ଚଳାଚଳ ସମ୍ପର୍କରେ ସହରର ବିଭିନ୍ନ ଏଲଇଡି ସ୍କ୍ରିନ ମାଧ୍ୟମରେ ସୂଚନା ପ୍ରଦାନ କରିବା, ଆଇନ ଅମାନ୍ୟ କରୁଥିବା ଅଟୋଗୁଡିକର ଧରପଗଡ କରିବା ସମ୍ପର୍କରେ ସଦସ୍ୟମାନେ ମତାମତ ଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରାଞ୍ଚଳ ଆରକ୍ଷୀ ମହାନିରୀକ୍ଷକ ପ୍ରବୀଣ କୁମାର, ଓରମାସର ମୁଖ୍ୟ ନିର୍ବାହୀ ଅଧିକାରୀ ଚକ୍ରବର୍ତ୍ତୀ ସିଂ ରାଠୋର, ଏସ୍‌ପି ବିନୀତ ଅଗ୍ରୱାଲ, ରେଳବାଇ ଏସ୍‌ପି ବିବେକାନନ୍ଦ ଶର୍ମା, ଦେବୋତ୍ତର କମିଶନର ଲଲାଟେନ୍ଦୁ ଜେନା, ଦୂରଦର୍ଶନ ଉପ ମହାନିର୍ଦ୍ଦେଶକ ନରସିଂହ ଜେଠୀ, ଗୃହ ଓ ପୌର ଉନ୍ନୟନ ବିଭାଗ ଅତିରିକ୍ତ ସଚିବ ବିନୟ କୁମାର ଦାଶ, ଜନସୱାସ୍ଥ୍ୟ ନିର୍ଦ୍ଦେଶକ ଡା ନିଳକଣ୍ଠ ମିଶ୍ର, ଅଗ୍ନିଶମ ମୁଖ୍ୟ ସେବା ଅଧିକାରୀ ରମେଶ ଚନ୍ଦ୍ର ମାଝୀ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ଶ୍ରୀମନ୍ଦିର ସେବାୟତ, ବିଶିଷ୍ଟ ବ୍ୟକ୍ତି, ଗଣମାଧ୍ୟମ ପ୍ରତିନିଧି, ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଅତିରିକ୍ତ ଜିଲାପାଳ ରାଜସ୍ବ ଡ. ଶରତ ଚନ୍ଦ୍ର ମହାପାତ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ଆରଡିସିଙ୍କ ନିର୍ଦ୍ଦେଶ କ୍ରମେ ସୂଚନା ଓ ଲୋକ ସମ୍ପର୍କ ଉପନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ଏଜେଣ୍ଡା ଅନୁସାରେ ବୈଠକ ପରିଚାଳନା କରିଥିଲେ। ବୈଠକରେ ଅତିରିକ୍ତ ଜିଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲାପାଳ ପ୍ରଶାସନ ନିଳମାଧବ ଭୋଇ, ଜଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ, ସହଦେବ ସାହୁ, ଜିଲାସ୍ତରୀୟ ଅଧିକାରୀ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇ ଆଲୋଚନାରେ ଅଶଂଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର

ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri