ଜଙ୍ଗଲରୁ ବନ୍ଧୁକ, ଭୁଜାଲି ସହିତ ବାଇକ୍‌ ଜବତ, ଶିକାରୀ ଫେରାର

ଓଡଗାଁ,୧।୫(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ବନଖଣ୍ଡ ଅନ୍ତର୍ଗତ ଶୁଳିଆ ଜଙ୍ଗଲ ଓ ଢୋଲପଥର ଡ୍ୟାମ ନିକଟରୁ ବନ ବିଭାଗ ଗୋଟିଏ ଦେଶୀ ବନ୍ଧୁକ, ଭୁଜାଲି, ଟାଙ୍ଗିଆ, କଟୁରୀ ସହିତ ଗୋଟିଏ ବାଇକ୍‌ ଜବତ କରିଛି।

ମିଳିଥିବା ସୂଚନା ମୁତାବକ, ବନ ବିଭାଗ କର୍ମଚାରୀ ସମ୍ପୃକ୍ତ ଜଙ୍ଗଲରେ ବନ୍ୟପ୍ରାଣୀ ଶିକାର ହେଉଥିବା ନେଇ ଖବର ପାଇ ପାଟ୍ରୋଲିଂ କରୁଥିଲେ। ଏହି ସମୟରେ ୩ରୁ ୪ଜଣ ଶିକାରୀ ସନ୍ଦେହ ଜନକ ଭାବେ ବନ୍ଧୁକ ଧରି ବୁଲୁଥିବା ବେଳେ ବନ କର୍ମଚାରୀ ତାଙ୍କୁ ପିଛା କରିଥିଲେ। ହେଲେ ସେମାନେ ଅନ୍ଧକାରର ସୁଯୋଗ ନେଇ ଦୌଡ଼ି ଫେରାର ହୋଇଯାଇଥିଲେ।

ହେଲେ ସେମାନେ ଧରିଧିବା ମାରଣାସ୍ତ୍ର ସହିତ ଏକ ବାଇକ୍‌(ନଂ.ଓଡି ୨୫ଏଲ ୩୫୩୪) ଛାଡି ଚାଳିଯାଇଥିଲେ। ବନ ବିଭାଗ ବାଇକ୍‌ ସହ ଏକ ବନ୍ଧୁକ ଓ ମାରଣାସ୍ତ୍ର ଜବତ କରିଛି। ଅନ୍ୟପକ୍ଷେ ବନ ବିଭାଗ ବାଇକ୍‌ ମାଲିକ ଜିରୀପଡା ଗ୍ରାମର ଧୀରେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଥିବା ବନପାଳ ସରିତା ବରାଳ ଏବଂ ରେଞ୍ଜର ନିଖିଳେଶ ମଳିକ ସୂଚନା ଦେଇଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri